ଭୁବନେଶ୍ୱର– ଶୁକ୍ରବାର ଦିନ ରାଜ୍ୟର ୧୪ ଟି ଜିଲ୍ଲାର ଆଉ ୧୩୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଥିବା ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ୱିଟ କରି ସୂଚନା ଦିଆଯାଇଛି । ଏହା ସହ ରାଜ୍ୟରେ ସୁସ୍ଥ ହୋଇଥିବା ମୋଟ କରୋନା ରୋଗୀଙ୍କ ସଂଖ୍ୟା ୪୪୨୨ରେ ପହଂଚିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଗଂଜାମ ଜିଲ୍ଲାରୁ ଆଜି ସର୍ବାଧିକ ୪୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ସେହିପରି ପୁରୀ ଜିଲ୍ଲାରୁ ୨୮ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୧ ଜଣ, କନ୍ଧମାଳ ଜିଲ୍ଲାରୁ ୧୨ ଜଣ, ଜଗତ୍ସିଂହପୁର ଜିଲ୍ଲାରୁ ୭ ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ ଜଣ, ବାଲେଶ୍ୱର ଓ କଟକ ଜିଲ୍ଲାରୁ ୨-୨ ଜଣ, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି ।