
ଭୁବେନଶ୍ୱର -ନିଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶକ୍ରମେ ଭାରତ – ଚୀନ ସୀମା ଗଲୱାନ ଘାଟିରେ ଶହୀଦ ହୋଇଥିବା ଭାରତର ବୀର ଯବାନମାନଙ୍କୁ ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆଜି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଏହି ଅବସରରେ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ପରିସରରେ ଥିବା ଗାନ୍ଧୀମୂର୍ତି ନିକଟରେ ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ନେତୃତ୍ୱରେ କଂଗ୍ରେସ ନେତୃବୃନ୍ଦ ଅମର ଶହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଏକ ଘଂଟା ବସି ରହି ନୀରବ ସମ୍ମାନ ପ୍ରଦର୍ଶନ କରିଥିଲେ ।

ଆଜିର ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ପ୍ରଦୀପ ମାଝୀ, ଜୟଦେବ ଜେନା, ରାମଚନ୍ଦ୍ର ଖୁଂଟିଆ, ସୁରେଶ କୁମାର ରାଉତରାୟ, ଶରତ ରାଉତ, ପଂଚାନନ କାନୁନ୍ଗୋ, ଶିବାନନ୍ଦ ରାୟ, ଶୁଭେନ୍ଦୁ ମହାନ୍ତି, ସପ୍ତଗିରି ଉଲାକା, ବିପିନ୍ ଦାସ, ଜାନକୀ ବଲ୍ଲଭ ପଟ୍ଟନାୟକ, ଅମୀୟ କୁମାର ପଟ୍ଟନାୟକ ପ୍ରମୁଖ ଯୋଗ ଦେଇଥିଲେ ।