ଭୁବନେଶ୍ୱର – ରାଜ୍ୟରେ ଆଜି ଆଉ ୨୧୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୬୧୮୦ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା ୨୧୮ ଜଣଙ୍କ ମଧ୍ୟରୁ ୧୯୮ ଜଣ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୨୦ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୧ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେହିପରି ଏନଡିଆରଏଫର ୭ ଜଣ ଜବାନ ମଧ୍ୟ ଆକ୍ରାନ୍ତ ହୋଇଥିବା ଜଣା ପଡିଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଗଂଜାମ ଜିଲ୍ଲାରେ ସବୁଠାରୁ ଅଧିକ ୪୯ ଟି ନୂଆ ମାମଲା ସାମନାକୁ ଆସିଛି । ଖୋର୍ଧା ଜିଲ୍ଲାରେ ୧୭ ଜଣ, ନବରଙ୍ଗପୁର ଜିଲ୍ଲାରେ ଜଣେ, ଅନୁଗୁଳ ଜିଲ୍ଲାରେ ଜଣେ ତଥା କଟକ ଜିଲ୍ଲାରେ ୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିପରି ଜଗତସିଂହପୁୁର ଜିଲ୍ଲାରେ ୨୯ ଜଣ, ଭଦ୍ରକ ଜିଲ୍ଲାରେ ୨୫ ଜଣ କନ୍ଧମାଳ ଜିଲ୍ଲାରେ ଜଣେ, ନୂଆପଡା ଜିଲ୍ଲାରେ ୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡା ଜିଲ୍ଲାରେ ୪ ଜଣ, କେନ୍ଦୁଝର ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ଜଣେ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିପରି ପୁରୀ ଜିଲ୍ଲାରୁ ୧୦ ଜଣ, ଗଜପତି ଜିଲ୍ଲାରୁ ୨୭ ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୧୧ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁର ଜିଲ୍ଲାରୁ ୨ ଜଣ, ମୟୁରଭଂଜ ଜିଲ୍ଲାରୁ ୯ ଜଣ, କୋରାପୁଟ ଜିଲ୍ଲାରୁ ଜଣେ ତଥା ବାଲେଶ୍ୱର ଜିଲ୍ଲାରୁ ୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପଶ୍ଚିମ ବଙ୍ଗର ଅମ୍ଫାନ ଡ୍ୟୁଟି ସାରି ଫେରିଥିବା ଏନଡିଆରଏଫର ୬ ଜଣ ଜବାନ ମଧ୍ୟ କରୋନା ଆକ୍ରାନ୍ତ ହୋଇଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।