ଗଞ୍ଜାମ– ଗଞ୍ଜାମ ଜିଲ୍ଲାରେ ଆଜି ୫୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧୯୬ କୁ ବୃଦ୍ଧି ପାଇଛି ।
ଗଞ୍ଜାମ ଜିଲ୍ଲାରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ନେଇ ଆଜି ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି । ମୃତକ ଜଣକ ଗଞ୍ଜାମ ଜିଲ୍ଲାର ଜଣେ ୬୮ ବର୍ଷିୟ ବୃଦ୍ଧ ବ୍ୟକ୍ତି ବୋଲି ସୂଚନା ମିଳିଛି । ଏହାକୁ ମିଶାଇ ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି ପାଇଛି ।
ସେହିପରି ଗତକାଲି ସୁଦ୍ଧା ଜିଲ୍ଲାରେ ୮୧୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୩୨୭ ଟି ସକ୍ରିୟ ମାମଲା ରହିଛି ।