ଭୁବନେଶ୍ୱର – ରାଜ୍ୟରେ ଆଜି ଆଉ ୧୭୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୬୩୫୦ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା ୧୭୦ ଜଣଙ୍କ ମଧ୍ୟରୁ ୧୪୩ ଜଣ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୨୭ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୪ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେହିପରି ଏନଡିଆରଏଫର ଜଣେ ଜବାନ ମଧ୍ୟ ଆକ୍ରାନ୍ତ ହୋଇଥିବା ଜଣା ପଡିଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଗଂଜାମ ଜିଲ୍ଲାରେ ସବୁଠାରୁ ଅଧିକ ୫୮ ଟି ନୂଆ ମାମଲା ସାମନାକୁ ଆସିଛି । ନବରଙ୍ଗପୁର ଜିଲ୍ଲାରେ ୧୯, ରାୟଗଡା ଜିଲ୍ଲାରେୁ ୧, ଖୋର୍ଧା ଜିଲ୍ଲାରେ ୧୯ ଜଣ ଓ ଯାଜପୁର ଜିଲ୍ଲାରେ ୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିପରି ମାଲକାନଗିରି ଜିଲ୍ଲାରେ ୫ ଜଣ, ପୁରୀ ଜିଲ୍ଲାରେ ୬ ଜଣ, କଟକ ଜିଲ୍ଲାରେ ୧୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରେ ୩ ଜଣ, ଗଜପତି ଜିଲ୍ଲାରେ ୧୬ ଜଣ, ବରଗଡ ଜିଲ୍ଲାରେ ଜଣେ, କେନ୍ଦ୍ରାପଡା ଜିଲ୍ଲାରେ ୬ ଜଣ, ସମ୍ବଲପୁର ଜିଲ୍ଲାରେ ୨ ଜଣ ଓ କୋରାପୁୁଟ ଜିଲ୍ଲାରେ ଜଣେ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବିଭାଗ ପକ୍ଷରୁ କୁହା ଯାଇଛି ।
ପଶ୍ଚିମ ବଙ୍ଗର ଅମ୍ଫାନ ଡ୍ୟୁଟି ସାରି ଫେରିଥିବା ଏନଡିଆରଏଫର ଜଣେ ଜବାନ ମଧ୍ୟ କରୋନା ଆକ୍ରାନ୍ତ ହୋଇଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।