ଗଞ୍ଜାମ– ଗଞ୍ଜାମ ଜିଲ୍ଲାରେ ଆଜି ପୁଣି ରାଜ୍ୟର ସର୍ବାଧିକ ୯୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୬୭ କୁ ବୃଦ୍ଧି ପାଇଛି । ଗତକାଲି ସୁଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଥିଲା ୧୨୭୧ । ସେହିପରି ଜିଲ୍ଲାରେ ଦୁଇ ଜଣ କରୋନା ଆକ୍ରାନ୍ତ ମୃତ୍ୟୁ ଘଟିଥିବା ନେଇ ଆଜି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାକୁ ମିଶାଇ ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨ ରେ ପହଂଚିଛି ।
ସେହିପରି ଜିଲ୍ଲାରେ ମୋଟ୍ ସୁସ୍ଥ ସଂଖ୍ୟା ୯୦୨ ରେ ପହଂଚିଛି । କରୋନାଜନିତ ସକ୍ରିୟ ମାମଲା ୪୫୩ ରହିଛି ।