
ଭୁବନେଶ୍ୱର – ରାଜ୍ୟରେ ଆଜି ଆଉ ୨୪୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୬୮୫୯ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା ୨୪୫ ଜଣଙ୍କ ମଧ୍ୟରୁ ୨୧୪ ଜଣ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୩୧ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେହିପରି ପଶ୍ଚିମବଙ୍ଗରୁ ଅମ୍ଫାନ ଡ୍ୟୁଟି ସାରି ଫେରିଥିବା ଦୁଇ ଜଣ ଏନଡିଆରଏଫ ଓ ଓଡ୍ରାଫର ଜବାନ ମଧ୍ୟ କରୋନା ଆକ୍ରାନ୍ତ ହୋଇଛନ୍ତି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଗଂଜାମ ଜିଲ୍ଲାରେ ସବୁଠାରୁ ଅଧିକ ୯୬ ଟି ନୂଆ ମାମଲା ସାମନାକୁ ଆସିଛି ।
ବାଲେଶ୍ୱର ଜିଲ୍ଲାରୁ ୨ ଜଣ, ବରଗଡ ଜିଲ୍ଲାରୁ ୧୦ ଜଣ, ଭଦ୍ରକ ଜିଲ୍ଲାରୁ ୨ ଜଣ, କଟକ ଜିଲ୍ଲାରୁ ୭ ଜଣ ତଥା ଢେଙ୍କାନାଳ ଜିଲ୍ଲାରୁ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିପରି ଗଜପତି ଜିଲ୍ଲାରୁ ୭ ଜଣ, ଜଗତସିଂହପୁର ଜିଲ୍ଲାରୁ ୯ ଜଣ, ଯାଜପୁର ଜିଲ୍ଲାରୁ ୪୦ ଜଣ, ଝାରସୁଗୁଡା ଜିଲ୍ଲାରୁ ଜଣେ, କେନ୍ଦ୍ରାପଡା ଜିଲ୍ଲାରୁ ୮ ଜଣ, କେନ୍ଦୁଝର ଜିଲ୍ଲାରୁ ୭ ଜଣ, ଖୋର୍ଧା ଜିଲ୍ଲାରୁ ୨୮ ଜଣ, ମୟୁରଭଂଜ ଜିଲ୍ଲାରୁ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିପରି ନବରଙ୍ଗପୁର ଜିଲ୍ଲାରୁ ୭ ଜଣ, ନୟାଗଡ ଜିଲ୍ଲାରୁ ୩ ଜଣ, ରାୟଗଡା ଜିଲ୍ଲାରୁ ଜଣେ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ସୂଚନା ଦିଆ ଯାଇଛି ।