ଭୁବନେଶ୍ୱର – ରାଜ୍ୟରେ ଆଜି ଆଉ ୨୫୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୭୩୧୬କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା ୨୫୧ଜଣଙ୍କ ମଧ୍ୟରୁ ୨୦୮ ଜଣ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୪୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେହିପରି ପଶ୍ଚିମବଙ୍ଗରୁ ଅମ୍ଫାନ ଡ୍ୟୁଟି ସାରି ଫେରିଥିବା ଜଣେ ଏନଡିଆରଏଫ ଜବାନ ମଧ୍ୟ କରୋନା ଆକ୍ରାନ୍ତ ହୋଇଛନ୍ତି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ମାଲକାନଗିରି ଜିଲ୍ଲାରେ ଜିଲ୍ଲାରେ ସବୁଠାରୁ ଅଧିକ ୧୦୨ ଟି ନୂଆ ମାମଲା ସାମନାକୁ ଆସିଛି ।
ଅନୁଗୁଳ ଜିଲ୍ଲାରେ ଜଣେ, ବାଲେଶ୍ୱର ଜିଲ୍ଲାରେ୨ ଜଣ, ବରଗଡ ଜିଲ୍ଲାରେ ୧୨ ଜଣ, ବଲାଙ୍ଗୀର ଜିଲ୍ଲାରେ ୪ ଜଣ, ତଥା କଟକ ଜିଲ୍ଲାରେ ୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିପରି ଦେବଗଡରେ ୪ ଜଣ, ଗଜପତି ଜିଲ୍ଲାରେ ୮ ଜଣ, ଝାରସୁଗୁଡା ଜିଲ୍ଲାରେ ୫ ଜଣ, କେନ୍ଦ୍ରାପଡା ଜିଲ୍ଲାରେ ୪ ଜଣ, ଖୋର୍ଧା ଜିଲ୍ଲାରେ ୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ମାଲକାନଗିରି ଜିଲ୍ଲାରେ ୧୦ ଜଣ, ମୟୁରଭଂଜ ଜିଲ୍ଲାରେ ୫ ଜଣ, ନୟାଗଡ ଜିଲ୍ଲାରେ ୧୪ ଜଣ, ପୁରୀ ଜିଲ୍ଲାରେ ୧୨ ଜଣ, ସମ୍ବଲପୁର ଜିଲ୍ଲାରେ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ ଜିଲ୍ଲାରେ ୭ ଜଣ ଓ ଯାଜପୁର ଜିଲ୍ଲାରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।