
ଗଞ୍ଜାମ– ଗଞ୍ଜାମ ଜିଲ୍ଲାରେ ଆଜି ରାଜ୍ୟର ସର୍ବାଧିକ ୨୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୦୬୬ କୁ ବୃଦ୍ଧି ପାଇଛି । ନୂଆ ଚିହ୍ନଟ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ଗତକାଲି ସୁଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଥିଲା ୧୮୫୦ । ଗତକାଲି ମଧ୍ୟ ଗୋଟିଏ ଦିନରେ ୨୮୩ ଜଣ ପଜିଟିଭ୍ ଚିହ୍ନଟ ହୋଇଥିଲେ ।
ସେହିପରି ଜିଲ୍ଲାରେ ଆଉ ତିନି ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ନେଇ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ସୂତ୍ରରୁ ସୂଚନା ମିଳିଛି । ମୃତକ ତିନି ଜଣଙ୍କ ବୟସ ଯଥାକ୍ରମେ ୫୦, ୨୭, ୩୫ । ଏମାନେ ସମସ୍ତେ ପୁରୁଷ । ଏମାନଙ୍କୁ ମିଶାଇ ଜିଲ୍ଲାରେ ଅଦ୍ୟାବଧି କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦କୁ ବୃଦ୍ଧି ପାଇଛି । ଇତିମଧ୍ୟରେ ଜିଲ୍ଲାରେ ମୋଟ୍ ସୁସ୍ଥ ସଂଖ୍ୟା ୧୧୨୮ ରେ ପହଂଚିଛି । ଜିଲ୍ଲାରେ କରୋନାଜନିତ ସକ୍ରିୟ ମାମଲା ୯୧୮ ରହିଛି ।

Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO