![](https://indokalingtimes.com/wp-content/uploads/2020/06/ikt.jpeg)
କନ୍ଧମାଳ– କନ୍ଧମାଳ ଜିଲ୍ଲାରେ ଆଜି ୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୮୬କୁ ବୃଦ୍ଧି ପାଇଛି । ନୂଆ ଚିହ୍ନଟ ହୋଇଥିବା ୮ ଜଣଙ୍କ ମଧ୍ୟରେ ୬ ଜଣ ପୁରୁଷ ଓ ୨ ଜଣ ମହିଳା ରହିଛନ୍ତି । ସମସ୍ତେ ବାଲିଗୁଡ଼ାର ଏକ କ୍ୱାରେଂଟାଇନ ସେଂଟରରୁ ଚିହ୍ନଟ ହୋଇଥିବା ନେଇ ଜିଲ୍ଲାପାଳ ଡଃ. ବୃନ୍ଦା ଡି ଟ୍ୱିଟ୍ ମାଧ୍ୟମରେ ସୂଚନା ଦେଇଛନ୍ତି ।
ସେହିପରି ଇତିମଧ୍ୟରେ ଜିଲ୍ଲାରେ ମୋଟ୍ ୧୭୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ କୋଭିଡ଼୍ ହସ୍ପିଟାଲରୁ ଘରକୁ ଫେରିଛନ୍ତି । ବର୍ତମାନ ଜିଲ୍ଲାରେ କରୋନାଜନିତ ସକ୍ରିୟ ମାମଲା ସଂଖ୍ୟା ୮ ରହିଛି । ତେବେ କୌଣସି ପ୍ରକାରେ ଏଥିରେ ଭୟଭିତ ନହେବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି । ନିରାପଦରେ ଘରେ ରହିବା ଏବଂ କୌଣସି ଜରୁରୀ କାମରେ ବାହାରକୁ ବାହାରିବା ବେଳେ ମୁହଁରେ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତ୍ୱ ବଜାୟ ରଖିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି ।