
ଭଞ୍ଜନଗର, ଗତ 4 ତାରିଖରେ ବୁଗୁଡ଼ା ବ୍ଲକ ଖୋଳଖାଳି ଗ୍ରାମର ଅଙ୍ଗନବାଡି କର୍ମୀ ଭାରତୀ ସ୍ୱାଇଁ ଙ୍କ ମୁତ୍ୟୁ ଖବର ଅଂଚଳ ବାସୀଙ୍କୁ ଅବାକ କରିଦେଇଛି | ଏ ଖବର ପରେ ଆଜି ଭଞ୍ଜନଗର ଉପଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମିଂଜ଼ ଖୋଳଖାଳି ଗ୍ରାମକୁ ଯାଇ ପରିବାରକୁ ଭେଟି 10 ହଜାର ଟଙ୍କା ରେଡ କ୍ରସ ପାଣ୍ଠିରୁ ସହାୟତା କରିଛନ୍ତି | ନିଜେ ଉପଜିଲ୍ଲାପାଳ ଦୁଃଖ ପ୍ରକାଶ କରିବା ସହ ପରିବାରକୁ ସାନ୍ତନା ଦେଇଥିଲେ ଏଵଂ କରୋନା ଯୋଦ୍ଧା ବିବେଚିତ କରିବା ସହ ଆଗକୁ ଉପରିସ୍ଥ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରି ଉପଯୁକ୍ତ ସୁବିଧା ସୁଯୋଗ ପ୍ରଦାନ କରାଯିବ ବୋଲି ଉପଜିଲ୍ଲାପାଳ କହିଛନ୍ତି | ଅନ୍ୟ ମାନଙ୍କ ମଧ୍ୟରେ ବୁଗୁଡ଼ା ତହସିଲଦାର ସଂଗ୍ରାମ କେଶରୀ ଜେନା, ଉପଖଣ୍ଡ ପଂଚାୟତ ଅଧିକାରୀ ପ୍ରହଲ୍ଲାଦ ପ୍ରଧାନ, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଫକୀର ମୋହନ ମାଝୀ ଉପସ୍ଥିତ ଥିଲେ |
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO