
ଭୁବନେଶ୍ୱର – ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ଦୁଇଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ଉଭୟଙ୍କ ମୃତ୍ୟୁ ହୋଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି ।
ଏହି ଦୁଇ ମୃତକଙ୍କ ମଧ୍ୟରୁ ଜଣେ ସୁନ୍ଦରଗଡ଼ ଜିଲ୍ଲାର ହୋଇଥିବା ବେଳେ ଅନ୍ୟ ଜଣେ ଗଜପତି ଜିଲ୍ଲାର । ଉଭୟ ସୁନ୍ଦରଗଡ଼ ଓ ଗଜପତି ଜିଲ୍ଲାରେ ଏହା ହେଉଛି ପ୍ରଥମ କରୋନା ମୃତ୍ୟୁ ।
ଉଭୟ ମୃତକ ପୁରୁଷ । ଗଜପତିର ମୃତକଙ୍କ ବୟସ ୪୯ ବର୍ଷ । ସୁନ୍ଦରଗଡ଼ ଜିଲ୍ଲାର ମୃତକ ଜଣକ ୬୪ ବର୍ଷ ବୟସ୍କ ପୁରୁଷ , ଯିଏ ମଧୁମେହରେ ମଧ୍ୟ ପୀଡ଼ିତ ଥିଲେ ।
ଏହା ଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୬ରେ ପହଂଚିିଛି ।