ଭୁବନେଶ୍ୱର – ରାଜ୍ୟରେ ଆଜି ଆଉ ୪୫୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୯୫୨୬କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା ୪୫୬ ଜଣଙ୍କ ମଧ୍ୟରୁ ୩୦୯ ଜଣ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୧୪୭ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୪ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଗଂଜାମ ଜିଲ୍ଲାରେ ଜିଲ୍ଲାରେ ସବୁଠାରୁ ଅଧିକ ୧୬୬ ଟି ନୂଆ ମାମଲା ସାମନାକୁ ଆସିଛି ।
ଅନୁଗୁଳ ଜିଲ୍ଲାରେ ଜଣେ , ବାଲେଶ୍ୱର ଜିଲ୍ଲାରେୁ ୧୪ ଜଣ, ବରଗଡ ଜିଲ୍ଲାରେ ୩୩ ଜଣ, ଭଦ୍ରକ ଜିଲ୍ଲାରେ ୧୨ ଜଣ , ବଲାଙ୍ଗୀର ଜିଲ୍ଲାରେ ୬ ଜଣ ଓ କଟକ ଜିଲ୍ଲାରେ ୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିପରି ଢେଙ୍କାନାଳ ଜିଲ୍ଲାରେ ଜଣେ, ଗଜପତି ଜିଲ୍ଲାରେ ଜଣେ , ଜଗତସିଂହପୁର ଜିଲ୍ଲାରେ ୨୩ ଜଣ, ଯାଜପୁର ଜିଲ୍ଲାରେ ୫୭ ଜଣ , କଳାହାଣ୍ଡି ଜିଲ୍ଲାରେ ୩ ଜଣ, କନ୍ଧମାଳ ଜିଲ୍ଲାରେ ୩ ଜଣ, କେନ୍ଦ୍ରାପଡା ଜିଲ୍ଲାରେ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କେନ୍ଦୁଝର ଜିଲ୍ଲାରେ ୨ ଜଣ , ଖୋର୍ଧା ଜିଲ୍ଲାରେ ୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କୋରାପୁଟ ଜିଲ୍ଲାରେ ୧୦ ଜଣ, ମୟୁରଭଂଜ ଜିଲ୍ଲାରେ ୮ ଜଣ, ନବରଙ୍ଗପୁର ଜିଲ୍ଲାରେ ୨୪ ଜଣ, ନୟାଗଡ ଜିଲ୍ଲାରେ ୪ ଜଣ ତଥା ପୁରୀ ଜିଲ୍ଲାରେ ୩ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାୟଗଡା ଜିଲ୍ଲାରେ ୧୩ ଜଣ, ସମ୍ବଲପୁର ଜିଲ୍ଲାରେ ୧୫ ଜଣ ଓ ସୁନ୍ଦରଗଡ ଜିଲ୍ଲାରେ ୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।