![](https://indokalingtimes.com/wp-content/uploads/2020/06/ikt.jpeg)
ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ, ସାଂସଦ ଓ ରାଜ୍ୟ ଯୋଜନା ବୋର୍ଡର ଉପାଧ୍ୟକ୍ଷ ତଥା ତିର୍ତ୍ତୋଲର ବିଧାୟକ ବିଷ୍ଣୁ ଦାସଙ୍କ ବିୟୋଗରେ ପଞ୍ଚାୟତିରାଜ ଓ ପାନୀୟ ଜଳ, ଆଇନ, ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା ଗଭୀର ଶୋକପ୍ରକାଶ କରିଛନ୍ତି ।
ଏକ ଶୋକବାର୍ତ୍ତାରେ ମନ୍ତ୍ରୀ ଶ୍ରୀ ଜେନା କହିଛନ୍ତି ଯେ ସ୍ୱର୍ଗତ ଦାସ ଜଣେ ଅମାୟିକ, ଲୋକପି୍ରୟ ଏବଂ ଦକ୍ଷ ରାଜନେତା ଥିଲେ । ଛାତ୍ରଜୀବନରୁ ସେ ସମାଜସେବା କରି ଆପେ ଆପେ ଲୋକପି୍ରୟ ନେତା ଭାବେ ବାରି ହୋଇପଡ଼ିଛନ୍ତି । ତାଙ୍କ ବିୟୋଗରେ ଓଡ଼ିଶା ରାଜନୀତିରେ ଏକ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି ।
ମନ୍ତ୍ରୀ ଶ୍ରୀ ଜେନା ସ୍ୱର୍ଗତ ଅମର ଆତ୍ମାର ସଦ୍ଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାର ବର୍ଗଙ୍କ
ପ୍ରତି ଗଭୀର ସମବେଦନା ଜ୍ଞାପନ କରିଛନ୍ତି ।