![](https://indokalingtimes.com/wp-content/uploads/2020/06/ikt.jpeg)
ଭୁବନେଶ୍ୱର– ପୂର୍ବତନ ମନ୍ତ୍ରୀ, ସାଂସଦ ଓ ରାଜ୍ୟ ଯୋଜନା ବୋର୍ଡର ଉପାଧ୍ୟକ୍ଷ ତଥା ତିର୍ତ୍ତୋଲର ବିଧାୟକ ବିଷ୍ଣୁ ଦାସଙ୍କ ବିୟୋଗରେ ଶ୍ରମ ଓ କର୍ମଚାରୀ ରାଜ୍ୟବୀମା, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂହ ଗଭୀର ଶୋକପ୍ରକାଶ କରିଛନ୍ତି ।
ଏକ ଶୋକବାର୍ତ୍ତାରେ ମନ୍ତ୍ରୀ ଶ୍ରୀ ସିଂହ କହିଛନ୍ତି ଯେ ସ୍ୱର୍ଗତ ଦାସ ଜଣେ ନିଷ୍ଠାପର, ଲୋକପି୍ରୟ ରାଜନେତା, ଉତ୍ତମ ସଂଗଠକ ଓ ସମାଜସେବୀ ଥିଲେ । ପୂର୍ବତନ ମନ୍ତ୍ରୀ, ପୂର୍ବତନ ସାଂସଦ ଓ ପୂର୍ବତନ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଭାବେ ସେ ରାଜ୍ୟର ସର୍ବାଙ୍ଗୀନ ବିକାଶ ନିମନ୍ତେ ଅନେକ କାର୍ଯ୍ୟ କରିଯାଇଛନ୍ତି । ବହୁବାର ବିଧାୟକ ଭାବେ ନିର୍ବାଚିତ ହେବା ତାଙ୍କ ଲୋକପି୍ରୟତାର ପରିଚୟ ଦିଏ । ମନ୍ତ୍ରୀ ଶ୍ରୀ ସିଂହ ସ୍ୱର୍ଗତ ଅମର ଆତ୍ମାର ସଦ୍ଗତି କାମନା କରିବା ସହିତ ତାଙ୍କ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି ।