![](https://indokalingtimes.com/wp-content/uploads/2020/06/ikt.jpeg)
ଭୁବନେଶ୍ୱର – ପୂର୍ବତନ ମନ୍ତ୍ରୀ ଓ ସାଂସଦ ତଥା ତିର୍ଲୋଲ ବିଧାୟକ ବିଷ୍ଣୁଚରଣ ଦାସଙ୍କ ପାର୍ଥିବ ଶରୀର ବିଧାନସଭା ପରିସରରେ ପରେ ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।
ଜଙ୍ଗଲ ଓ ପରିବେଶ, ସଂସଦୀୟ ବ୍ୟାପାର ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ, କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ, ବିଜ୍ଞାନ ଓ କାରିଗରୀ, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ରାଜ୍ୟ ବୋର୍ଡ ଉପାଧ୍ୟକ୍ଷ ଶ୍ରୀ ସଂଜୟ କୁମାର ଦାସବର୍ମା, ବିଧାୟକ ଶ୍ରୀ ପ୍ରଣବ ପ୍ରକାଶ ଦାସ, ଶ୍ରୀ ପ୍ରଶାନ୍ତ କୁମାର ମୁଦୁଲି, ଶ୍ରୀ ଅନନ୍ତ ନାରାୟଣ ଜେନା, ଶ୍ରୀ ସୁଶାନ୍ତ କୁମାର ରାଉତ, ରାଜ୍ୟ ଆୟୋଗ ଅଧ୍ୟକ୍ଷା ଡ. ମିନତୀ ବେହେରା, ମହିଳା ଓ ଶିଶୁବିକାଶ ବିଭାଗ ଉପଦେଷ୍ଟା ଶ୍ରୀମତୀ ସୁଲତା ଦେଓ, ମିଶନ ଶକ୍ତି ବିଭାଗ ଉପଦେଷ୍ଟା ଶ୍ରୀମତୀ ଲୋପାମୁଦ୍ରା ବକ୍ସିପାତ୍ର ଓ ବିଧାନସଭା ସଚିବ ଶ୍ରୀ ଶତପଥୀ ପ୍ରମୁଖ ମଧ୍ୟ ସ୍ୱର୍ଗତ ଦାସଙ୍କ ପାର୍ôଥବ ଶରୀରରେ ପୁଷ୍ପଗୁଚ୍ଛ ପ୍ରଦାନପୂର୍ବକ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ସ୍ୱର୍ଗତ ଦାସଙ୍କୁ ପୋଲିସ୍ ପକ୍ଷରୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଥିଲା ।