ଭୁବନେଶ୍ୱର – ରାଜ୍ୟରେ ଆଜି ଆଉ ୫୭୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୧୦,୦୯୭କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା ୫୭୧ ଜଣଙ୍କ ମଧ୍ୟରୁ ୬୦୩ ଜଣ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୧୬୮ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୧ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଗଂଜାମ ଜିଲ୍ଲାରେ ଜିଲ୍ଲାରେ ସବୁଠାରୁ ଅଧିକ ୨୭୩ ଟି ନୂଆ ମାମଲା ସାମନାକୁ ଆସିଛି ।
ଅନୁଗୁଳ ଜିଲ୍ଲାରେ ୪ , ବାଲେଶ୍ୱର ଜିଲ୍ଲାରେୁ ୨୮ ଜଣ, ଭଦ୍ରକ ଜିଲ୍ଲାରେ ୧ ଜଣ , ବଲାଙ୍ଗୀର ଜିଲ୍ଲାରେ ୫ ଜଣ ଓ କଟକ ଜିଲ୍ଲାରେ ୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିପରି ଢେଙ୍କାନାଳ ଜିଲ୍ଲାରେ ଜଣେ, ଗଜପତି ଜିଲ୍ଲାରେ ୫୬ , ଜଗତସିଂହପୁର ଜିଲ୍ଲାରେ ୧୭ ଜଣ, ଯାଜପୁର ଜିଲ୍ଲାରେ ୧୬ ଜଣ , ଝାରସୁଗୁଡା ଜିଲ୍ଲାରେ ଜଣେ, କେନ୍ଦ୍ରାପଡା ଜିଲ୍ଲାରେ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କେନ୍ଦୁଝର ଜିଲ୍ଲାରେ ୭ ଜଣ , ଖୋର୍ଧା ଜିଲ୍ଲାରେ ୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ମୟୁରଭଂଜ ଜିଲ୍ଲାରେ ୧୪ ଜଣ, ନବରଙ୍ଗପୁର ଜିଲ୍ଲାରେ ୭ ଜଣ, ନୟାଗଡ ଜିଲ୍ଲାରେ ଜଣେ ତଥା ପୁରୀ ଜିଲ୍ଲାରେ ୪ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାୟଗଡା ଜିଲ୍ଲାରେ ୧୦ ଜଣ, ସମ୍ବଲପୁର ଜିଲ୍ଲାରେ ୬ ଜଣ ଓ ସୁନ୍ଦରଗଡ ଜିଲ୍ଲାରେ ୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।