ଭୁବନେଶ୍ୱର– ରାଜ୍ୟରେ ଆଜି ଆଉ ୫୨୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୧୦,୬୨୪କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା ୫୨୭ ଜଣଙ୍କ ମଧ୍ୟରୁ ୩୩୮ ଜଣ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୧୮୯ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୬ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଗଂଜାମ ଜିଲ୍ଲାରେ ଜିଲ୍ଲାରେ ସବୁଠାରୁ ଅଧିକ ୨୧୫ ଟି ନୂଆ ମାମଲା ସାମନାକୁ ଆସିଛି ।
ଅନୁଗୁଳ ଜିଲ୍ଲାରେ ୧ , ବାଲେଶ୍ୱର ଜିଲ୍ଲାରେୁ ୨୬ ଜଣ, ଭଦ୍ରକ ଜିଲ୍ଲାରେ ୧ ଜଣ , ବଲାଙ୍ଗୀର ଜିଲ୍ଲାରେ ୨୧ ଜଣ ଓ କଟକ ଜିଲ୍ଲାରେ ୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିପରି ଢେଙ୍କାନାଳ ଜିଲ୍ଲାରେ ଜଣେ, ଗଜପତି ଜିଲ୍ଲାରେ ୩ , ଜଗତସିଂହପୁର ଜିଲ୍ଲାରେ ୪ ଜଣ, ଯାଜପୁର ଜିଲ୍ଲାରେ ୨୫ ଜଣ , ଝାରସୁଗୁଡା ଜିଲ୍ଲାରେ ୪, କେନ୍ଦ୍ରାପଡା ଜିଲ୍ଲାରେ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କେନ୍ଦୁଝର ଜିଲ୍ଲାରେ ୭ ଜଣ , ଖୋର୍ଧା ଜିଲ୍ଲାରେ ୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କୋରାପୁଟ ଜିଲ୍ଲାରେ ୬, ମାଲକାନଗିିରି ଜିଲ୍ଲାରେ ୩ ଜଣ, ମୟୁରଭଂଜ ଜିଲ୍ଲାରେ ୧୦ ଜଣ, ନବରଙ୍ଗପୁର ଜିଲ୍ଲାରେ ୩ ଜଣ, ନୟାଗଡ ଜିଲ୍ଲାରେ ୧୮, ନୂଆପଡା ଜିଲ୍ଲାରେ ୨୨ ଜଣ ତଥା ପୁରୀ ଜିଲ୍ଲାରେ ୧୬ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାୟଗଡା ଜିଲ୍ଲାରେ ୧ ଜଣ, ସମ୍ବଲପୁର ଜିଲ୍ଲାରେ ଜଣେ . ସୋନପୁର ଜିଲ୍ଲାରେ ୫ ଜଣ ଓ ସୁନ୍ଦରଗଡ ଜିଲ୍ଲାରେ ୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।