ଭୁବନେଶ୍ୱର– ରାଜ୍ୟରେ ଆଜି ଆଉ ୫୭୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୧୧୨୦୧ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା ୫୭୭ ଜଣଙ୍କ ମଧ୍ୟରୁ ୪୧୬ ଜଣ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୧୬୧ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୨ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଗଂଜାମ ଜିଲ୍ଲାରେ ଜିଲ୍ଲାରେ ସବୁଠାରୁ ଅଧିକ ୨୬୦ ଟି ନୂଆ ମାମଲା ସାମନାକୁ ଆସିଛି ।
ଅନୁଗୁଳ ଜିଲ୍ଲାରେ ୭ , ବାଲେଶ୍ୱର ଜିଲ୍ଲାରେୁ ୩୦ ଜଣ, ଭଦ୍ରକ ଜିଲ୍ଲାରେ ୨ ଜଣ , ବୌଦ୍ଧ ଜିଲ୍ଲାରେ ୫, କଟକ ଜିଲ୍ଲାରେ ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ସେହିପରି ଢେଙ୍କାନାଳ ଜିଲ୍ଲାରେ ୪ , ଗଜପତି ଜିଲ୍ଲାରେ ୧୭ , ଜଗତସିଂହପୁର ଜିଲ୍ଲାରେ ୭ ଜଣ, ଯାଜପୁର ଜିଲ୍ଲାରେ ୯ ଜଣ , ଝାରସୁଗୁଡା ଜିଲ୍ଲାରେ ଜଣେ, କନ୍ଧମାଳ ଜିଲ୍ଲାରେ ଜଣେ, କେନ୍ଦ୍ରାପଡା ଜିଲ୍ଲାରେ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କେନ୍ଦୁଝର ଜିଲ୍ଲାରେ ୪୮ ଜଣ , ଖୋର୍ଧା ଜିଲ୍ଲାରେ ୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କୋରାପୁଟ ଜିଲ୍ଲାରେ ୬, ମାଲକାନଗିିରି ଜିଲ୍ଲାରେ ଜଣେ, ମୟୁରଭଂଜ ଜିଲ୍ଲାରେ ୧୪ ଜଣ, ନୟାଗଡ ଜିଲ୍ଲାରେ ଜଣେ, ପୁରୀ ଜିଲ୍ଲାରେ ୫ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁର ଜିଲ୍ଲାରେ ୩ ଜଣ . ସୋନପୁର ଜିଲ୍ଲାରେ ୫ ଜଣ ଓ ସୁନ୍ଦରଗଡ ଜିଲ୍ଲାରେ ୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।