ଭୁବନେଶ୍ୱର– ରାଜ୍ୟରେ ଆଜି ଆଉ ୭୫୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୧୧୯୫୬ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା ୭୫୫ ଜଣଙ୍କ ମଧ୍ୟରୁ ୫୦୮ ଜଣ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୨୪୭ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୩ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଗଂଜାମ ଜିଲ୍ଲାରେ ଜିଲ୍ଲାରେ ସବୁଠାରୁ ଅଧିକ ୩୨୦ ଟି ନୂଆ ମାମଲା ସାମନାକୁ ଆସିଛି ।
ଅନୁଗୁଳ ଜିଲ୍ଲାରେ ୩ , ବାଲେଶ୍ୱର ଜିଲ୍ଲାରେ ୯ ଜଣ, ବରଗଡ ଜିଲ୍ଲାରେ ଜଣେ, ଭଦ୍ରକ ଜିଲ୍ଲାରେ ୨ ଜଣ , ବଲାଙ୍ଗୀର ଜିଲ୍ଲାରେ ୧୨ ଜଣ, କଟକ ଜିଲ୍ଲାରେ ୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିପରି ଦେବଗଡ ଜିଲ୍ଲାରେ ୪ ଜଣ, ଢେଙ୍କାନାଳ ଜିଲ୍ଲାରେ ୪ , ଗଜପତି ଜିଲ୍ଲାରେ ୩୦ , ଜଗତସିଂହପୁର ଜିଲ୍ଲାରେ ୫ ଜଣ, ଯାଜପୁର ଜିଲ୍ଲାରେ ୮୬ ଜଣ , କନ୍ଧମାଳ ଜିଲ୍ଲାରେ ୨ ଜଣ , କେନ୍ଦ୍ରାପଡା ଜିଲ୍ଲାରେ ୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝର ଜିଲ୍ଲାରେ ୩୨ ଜଣ , ଖୋର୍ଧା ଜିଲ୍ଲାରେ ୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କୋରାପୁଟ ଜିଲ୍ଲାରେ ୫, ମାଲକାନଗିିରି ଜିଲ୍ଲାରେ ୧୮ ଜଣ , ମୟୁରଭଂଜ ଜିଲ୍ଲାରେ ୧୨ ଜଣ, ନୟାଗଡ ଜିଲ୍ଲାରେ ୧୬ ଜଣ , ପୁରୀ ଜିଲ୍ଲାରେ ୧୧ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁର ଜିଲ୍ଲାରେ ୨ ଜଣ . ସୁନ୍ଦରଗଡ ଜିଲ୍ଲାରେ ୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।