ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ଚାରି ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୬କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତ୍ୟୁବରଣ କରିଥିବା ଚାରି ଜଣ ଗଂଜାମ ଜିଲ୍ଲାର ହୋଇଥିବା ବେଳେ ସମସ୍ତେ ପୁରୁଷ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସେମାନଙ୍କ ବୟସ ଯଥାକ୍ରମେ ୩୨, ୪୧, ୪୮ ଓ ୫୮ । ୪୧ ବର୍ଷିୟ ବ୍ୟକ୍ତି ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିଲେ । ୪୮ ବର୍ଷୀୟ ବ୍ୟକ୍ତି ଓ ୩୨ ବର୍ଷୀୟ ଯୁବକ ପୂର୍ବରୁ ମଧୁମେହରେ ପୀଡ଼ିତ ଥିଲେ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ବର୍ତମାନ ଯାଏ ଗଞ୍ଜାମ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୩୪ରେ ପହଂଚିଲାଣି । କଟକରେ ଏହି ସଂଖ୍ୟା ୫ ହୋଇଛି । ସେହିଭଳି ଖୋର୍ଦ୍ଧା ଜିଲ୍ଲାରେ ୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ପୁରୀ, ବରଗଡ଼, ସୁନ୍ଦରଗଡ଼, ଅନୁଗୁଳ, ଯାଜପୁର, ଗଜପତି, ରାୟଗଡ଼ା, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟଙ୍କର ମୃତ୍ୟୁ ହୋଇଛି ।
ସେହିପରି କରୋନା ଆକ୍ରାନ୍ତ ହୋଇଥିବା ରୋଗୀ ମାନଙ୍କ ମଧ୍ୟରେ କରୋନା ବ୍ୟତୀତ ଅନ୍ୟ ରୋଗରେ ପୀଡ଼ିତ ମୃତ୍ୟୁବରଣ କରିଥିବା ଲୋକଙ୍କ ସଂଖ୍ୟା ୧୭ରେ ପହଂଚିିଛି ।