ଭୁବନେଶ୍ୱର – ରାଜ୍ୟରେ ଆଜି ଆଉ ୫୯୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୧୩୧୨୧ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା ୫୯୫ ଜଣଙ୍କ ମଧ୍ୟରୁ ୩୯୪ ଜଣ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୨୦୧ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୧ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଗଂଜାମ ଜିଲ୍ଲାରେ ଜିଲ୍ଲାରେ ସବୁଠାରୁ ଅଧିକ ୨୩୦ ଟି ନୂଆ ମାମଲା ସାମନାକୁ ଆସିଛି ।
ବାଲେଶ୍ୱର ଜିଲ୍ଲାରେ ୧୧ ଜଣ, ବରଗଡ ଜିଲ୍ଲାରେ ୩ ଜଣ, ଭଦ୍ରକ ଜିଲ୍ଲାରେ ୧୧ ଜଣ , ବଲାଙ୍ଗୀର ଜିଲ୍ଲାରେ ଜଣେ, କଟକ ଜିଲ୍ଲାରେ ୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିପରି ଗଜପତି ଜିଲ୍ଲାରେ ୨୦ , ଜଗତସିଂହପୁର ଜିଲ୍ଲାରେ ୫ ଜଣ, ଯାଜପୁର ଜିଲ୍ଲାରେ ୯୭ ଜଣ , କଳାହାଣ୍ଡି ଜିଲ୍ଲାରେ ୪ ଜଣ, କେନ୍ଦ୍ରାପଡା ଜିଲ୍ଲାରେ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝର ଜିଲ୍ଲାରେ ୩ ଜଣ , ଖୋର୍ଧା ଜିଲ୍ଲାରେ ୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କୋରାପୁଟ ଜିଲ୍ଲାରେ ୪୪, ମାଲକାନଗିରି ଜିଲ୍ଲାରେ ୩୬, ମୟୁରଭଂଜ ଜିଲ୍ଲାରେ ୧୪ ଜଣ, ନୟାଗଡ ଜିଲ୍ଲାରେ ୫ ଜଣ , ପୁରୀ ଜିଲ୍ଲାରେ ୧୦ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାୟଗଡା ଜିଲ୍ଲାରେ ୨ ଜଣ, ସମ୍ବଲପୁର ଜିଲ୍ଲାରେ ୨ ଜଣ . ସୁନ୍ଦରଗଡ ଜିଲ୍ଲାରେ୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।