ଭୁବନେଶ୍ୱର – ରାଜ୍ୟରେ ଆଜି ଆଉ ୬୧୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୧୩୭୩୭ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା ୬୧୬ ଜଣଙ୍କ ମଧ୍ୟରୁ ୪୧୫ ଜଣ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୨୦୧ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୩ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଗଂଜାମ ଜିଲ୍ଲାରେ ଜିଲ୍ଲାରେ ସବୁଠାରୁ ଅଧିକ ୨୮୩ ଟି ନୂଆ ମାମଲା ସାମନାକୁ ଆସିଛି ।
ଅନୁଗୁଳ ଜିଲ୍ଲାରେ ୭, ବାଲେଶ୍ୱର ଜିଲ୍ଲାରେ ୨୭ ଜଣ, ବରଗଡ ଜିଲ୍ଲାରେ ୩୧ ଜଣ, ଭଦ୍ରକ ଜିଲ୍ଲାରେ ୨ ଜଣ , ବଲାଙ୍ଗୀର ଜିଲ୍ଲାରେ ୨, କଟକ ଜିଲ୍ଲାରେ ୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିପରି ଢେଙ୍କାନାଳ ଜିଲ୍ଲାରେ ୭ ଜଣ, ଗଜପତି ଜିଲ୍ଲାରେ ଜଣେ , ଜଗତସିଂହପୁର ଜିଲ୍ଲାରେ ୧୮ ଜଣ, ଯାଜପୁର ଜିଲ୍ଲାରେ ୧୭ ଜଣ ,ଝାରସୁଗୁଡା ଜିଲ୍ଲାରେ ୧୧ ଜଣ, କନ୍ଧମାଳ ଜିଲ୍ଲାରେ ୬ ଜଣ, କେନ୍ଦ୍ରାପଡା ଜିଲ୍ଲାରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝର ଜିଲ୍ଲାରେ ୨୩ ଜଣ , ଖୋର୍ଧା ଜିଲ୍ଲାରେ ୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କୋରାପୁଟ ଜିଲ୍ଲାରେ ୫୦, ମାଲକାନଗିରି ଜିଲ୍ଲାରେ ୧୩, ମୟୁରଭଂଜ ଜିଲ୍ଲାରେ ୧୩ ଜଣ, ନବରଂଗପୁରରେ ୪୦, ନୂଆପଡା ଜିଲ୍ଲାରେ ୫ ଜଣ. ପୁରୀ ଜିଲ୍ଲାରେ ଜଣେ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ସୁନ୍ଦରଗଡ ଜିଲ୍ଲାରେ ୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।