ଗଞ୍ଜାମ– ଗଞ୍ଜାମ ଜିଲ୍ଲାରେ ଆଜି ରାଜ୍ୟର ସର୍ବାଧିକ ୨୮୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲରେ ଭର୍ଭି କରାଯାଇଛି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୧୪୭ କୁ ବୃଦ୍ଧି ପାଇଛି । ଗତକାଲି ସୁଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଥିଲା ୩୮୬୪ ।
ଅଦ୍ୟାବଧି ଜିଲ୍ଲାରେ ସୁସ୍ଥ ସଂଖ୍ୟା ୨୧୮୫ ରେ ପହଂଚିଛି । ସକ୍ରିୟ ମାମଲା ଆଜିକୁ ମିଶାଇ ୧୯୧୯ କୁ ବୃଦ୍ଧି ପାଇଛି ।
ଅନୁରୂପ ଭାବେ ଜିଲ୍ଲାରେ ପୁଣି ୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ନେଇ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂତ୍ରରୁ ସୂଚନା ମିଳିଛି । ଏହାକୁ ମିଶାଇ ଗଞ୍ଜାମ ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୩ କୁ ବୃଦ୍ଧି ପାଇଛି । ମୃତକ ମାନେ ସମସ୍ତେ ପୁରୁଷ । ସେମାନଙ୍କର ବୟସ ଯଥାକ୍ରମେ ୪୫, ୬୩, ୭୨, ୪୯ ।