
ଭୁବନେଶ୍ୱର– ରାଜ୍ୟରେ ଆଜି ଆଉ ୫୪୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୧୪୨୮୦ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା ୫୪୩ ଜଣଙ୍କ ମଧ୍ୟରୁ ୩୫୪ ଜଣ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୧୮୯ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୩ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଗଂଜାମ ଜିଲ୍ଲାରେ ଜିଲ୍ଲାରେ ସବୁଠାରୁ ଅଧିକ ୧୮୮ ଟି ନୂଆ ମାମଲା ସାମନାକୁ ଆସିଛି ।
ଅନୁଗୁଳ ଜିଲ୍ଲାରେ ୧, ବାଲେଶ୍ୱର ଜିଲ୍ଲାରେ ୮ ଜଣ, ବରଗଡ ଜିଲ୍ଲାରେ ୩ ଜଣ, ଭଦ୍ରକ ଜିଲ୍ଲାରେ ଜଣେ , ବଲାଙ୍ଗୀର ଜିଲ୍ଲାରେ ୫, ବୌଦ୍ଧ ଜିଲ୍ଲାରେ ୭ ଜଣ, କଟକ ଜିଲ୍ଲାରେ ୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିପରି ଢେଙ୍କାନାଳ ଜିଲ୍ଲାରେ ୨ ଜଣ, ଗଜପତି ଜିଲ୍ଲାରେ ୨୯ , ଜଗତସିଂହପୁର ଜିଲ୍ଲାରେ ୧୫ ଜଣ, ଯାଜପୁର ଜିଲ୍ଲାରେ ଜଣେ ଣ ,ଝାରସୁଗୁଡା ଜିଲ୍ଲାରେ ୬ ଜଣ, କେନ୍ଦ୍ରାପଡା ଜିଲ୍ଲାରେ ୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝର ଜିଲ୍ଲାରେ ୨୨ ଜଣ , ଖୋର୍ଧା ଜିଲ୍ଲାରେ ୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ମାଲକାନଗିରି ଜିଲ୍ଲାରେ ୧୧, ମୟୁରଭଂଜ ଜିଲ୍ଲାରେ ୨୨ ଜଣ, ନୟାଗଡ ଜିଲ୍ଲାରେ ଜଣେ, ପୁରୀ ଜିଲ୍ଲାରେ ୭ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାୟଗଡା ଜିଲ୍ଲାରେ ୨୪ ଜଣ, ସମ୍ବଲପୁର ଜିଲ୍ଲାରେ ୨ ଜଣ ତଥା ସୁନ୍ଦରଗଡ ଜିଲ୍ଲାରେ ୫୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।