
ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୪ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୪ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ୨ ଜଣ ଖୋର୍ଧା ଜିଲ୍ଲାର, ଜଣେ – ଜଣେ ଗଂଜାମ ଓ କଟକ ଜିଲ୍ଲାର ବୋଲି ଜଣା ପଡିଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଗଞ୍ଜାମ ଜିଲ୍ଲାର ୮୦ ବର୍ଷିୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ହୃଦ୍ ରୋଗରେ ପୀଡ଼ିତ ଥିଲେ । ଏହାଛଡ଼ା କଟକ ଜିଲ୍ଲାର ଜଣେ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । କଟକ ଜିଲ୍ଲାର ଉକ୍ତ ୭୧ ବର୍ଷ ବୟସ୍କ ପୁରୁଷ ମୁଖଗହ୍ୱର କର୍କଟରେ ପୀଡ଼ିତ ଥିବା ସୂଚନା ଦିଆ ଯାଇଛିା ଠିକ୍ ସେହିପରି ଖୋର୍ଦ୍ଧା ଜିଲ୍ଲାର ଜଣେ ୪୦ ବର୍ଷ ବୟସ୍କା ମହିଳା କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଅପରପକ୍ଷରେ ଭୁବନେଶ୍ୱରର ଯେଉଁ ୭୧ ବର୍ଷ ବୟସ୍କ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି, ସେ ରକ୍ତ କର୍କଟ ରୋଗରେ ପୀଡ଼ିତ ଥିଲେ ବୋଲି କୁହା ଯାଇଛି ।