ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୩ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୭ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ୨ ଜଣ ଗଂଜାମ ଜିଲ୍ଲାର ହୋଇଥିବା ବେଳେ ଜଣେ ଭୁବନେଶ୍ୱରର ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଗଞ୍ଜାମ ଜିଲ୍ଲାର ୬୫ ବର୍ଷିୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ରୋଗରେ ପୀଡ଼ିତ ଥିଲେ । ଏହାଛଡ଼ା ଗଂଜାମ ଜିଲ୍ଲାର ଜଣେ ୮୬ ବର୍ଷୀୟ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ସେ କ୍ରୋନିକ ହାଇପର ଟେନସନରେ ପୀଡିତ ଥିଲେ ବୋଲି ସୂଚନା ଦିଆ ଯାଇଛି ।
ସେହିପରି ଭୁବନେଶ୍ୱରର ଜଣେ ୭୨ ବର୍ଷୀୟ କରୋନା ଆକ୍ରାନ୍ତ ବ୍ୟକ୍ତି ପ୍ରାଣ ହରାଇଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।