ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୪ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୩ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଦୁଇ ଜଣ ଗଂଜାମ ଜିଲ୍ଲାର ହୋଇଥିବା ବେଳେ ଜଣେ ଗଜପତି ଓ ଅନ୍ୟ ଜଣେ ଅନୁଗୁଳ ଜିଲ୍ଲାର ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଗଞ୍ଜାମ ଜିଲ୍ଲାର ୫୭ ବର୍ଷିୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ରୋଗରେ ପୀଡ଼ିତ ଥିଲେ । ଏହାଛଡ଼ା ଗଂଜାମ ଜିଲ୍ଲାର ଅନ୍ୟ ଜଣେ ୬୦ ବର୍ଷୀୟ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ସେ କ୍ରୋନିକ କିଡନି ରୋଗରେ ପୀଡିତ ଥିଲେ ବୋଲି ସୂଚନା ଦିଆ ଯାଇଛି ।
ସେହିପରି ଅନୁଗୁଳ ଜିଲ୍ଲାର ଜଣେ ୬୬ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ନ୍ୟୁରୋ ଏଣ୍ଡୋକ୍ରିନ ଟ୍ୟୁମରରେ ପୀଡିତ ଥିଲେ । ସେହିପରି ଗଜପତି ଜିଲ୍ଲାର ଜଣେ ୬୬ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମଧ୍ୟ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ହୃଦୟ ରୋଗରେ ପୀଡିତ ଥିଲେ ।