ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୩ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୬ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଦୁଇ ଜଣ ଗଂଜାମ ଜିଲ୍ଲାର ହୋଇଥିବା ବେଳେ ଜଣେ ଗଜପତି ଜିଲ୍ଲାର । ଏମାନଙ୍କ ମଧ୍ୟରେ ଜଣେ ମହିଳା ରହିଛନ୍ତି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଗଞ୍ଜାମ ଜିଲ୍ଲାର ୬୩ ବର୍ଷିୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । ଏହାଛଡ଼ା ଗଂଜାମ ଜିଲ୍ଲାର ଅନ୍ୟ ଜଣେ ୬୦ ବର୍ଷୀୟ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି ।
ା ସେହିପରି ଗଜପତି ଜିଲ୍ଲାର ଜଣେ ୪୮ ବର୍ଷୀୟ ମହିଳା କରୋନା ଆକ୍ରାନ୍ତଙ୍କ ମଧ୍ୟ ମୃତ୍ୟୁ ଘଟିଛି । ସେ ମେଦବହୁଳତା ରୋଗରେ ଆକ୍ରାନ୍ତ ଥିଲେ ।