
ଭୁବନେଶ୍ୱର – ରାଜ୍ୟରେ ଆଜି ଆଉ ୬୭୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୧୮୧୧୦ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା ୬୭୩ ଜଣଙ୍କ ମଧ୍ୟରୁ ୪୪୬ ଜଣ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୨୨୭ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୩ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଗଂଜାମ ଜିଲ୍ଲାରେ ଜିଲ୍ଲାରେ ସବୁଠାରୁ ଅଧିକ ୨୩୯ ଟି ନୂଆ ମାମଲା ସାମନାକୁ ଆସିଛି ।
ଅନୁଗୁଳ ଜିଲ୍ଲାରେ ୪ , ବାଲେଶ୍ୱର ଜିଲ୍ଲାରେ ୧୩ ଜଣ, ବରଗଡ ଜିଲ୍ଲାରେ ୨୨, ଭଦ୍ରକ ଜିଲ୍ଲାରେ ୫୮ , କଟକ ଜିଲ୍ଲାରେ ୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିପରି ଢେଙ୍କାନାଳ ଜିଲ୍ଲାରେ ୧୦, ଗଜପତି ଜିଲ୍ଲାରେ ୧୨, ଜଗତସିଂହପୁର ଜିଲ୍ଲାରେ ୩୬, ଯାଜପୁର ଜିଲ୍ଲାରେ ୨୮, ଝାରସୁଗୁଡା ଜିଲ୍ଲାରେ ୧୪, କନ୍ଧମାଳ ଜିଲ୍ଲାରେ ୪୪, କେନ୍ଦ୍ରାପଡା ଜିଲ୍ଲାରେ ୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝର ଜିଲ୍ଲାରେ ୨୪ , ଖୋର୍ଧା ଜିଲ୍ଲାରେ ୫୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କୋରାପୁଟ ଜିଲ୍ଲାରେ ୪୫ ଜଣ, , ମାଲକାନଗିରି ଜିଲ୍ଲାରେ ୪, ମୟୁରଭଂଜ ଜିଲ୍ଲାରେ ଜଣେ , ନୟାଗଡ ଜିଲ୍ଲାରେ ୪, ପୁରୀ ଜିଲ୍ଲାରେ ୪ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।, ସମ୍ବଲପୁର ଜିଲ୍ଲାରେ ୩ ଜଣ, ସୋନପୁର ଜିଲ୍ଲାରେ ୪ ତଥା ସୁନ୍ଦରଗଡ ଜିଲ୍ଲାରେ ୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।