ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୬ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୧୪ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ପାଂଚ ଜଣ ଗଂଜାମ ଜିଲ୍ଲାର ହୋଇଥିବା ଜଣେ ଖୋର୍ଧା ଜିଲ୍ଲାର ଅଛନ୍ତି । ମୃତକଙ୍କ ମଧ୍ୟରେ ଦୁଇ ଜଣ ମହିଳା ରହିଥିବା ଜଣା ପଡିଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଗଂଜାମ ଜିଲ୍ଲାର ୪୧ ବର୍ଷିୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ହାଇପରଟେନସନ ରୋଗରେ ପୀଡିତ ଥିଲେ । ଖୋର୍ଧା ଜିଲ୍ଲାର କରୋନା ସଂକ୍ରମିତ ୮୬ ବର୍ଷୀୟା ମହିଳାଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି । ସେ ଡାଇବେଟିସ ଓ ହାଇପର ଟେନସନ ରୋଗରେ ପୀଡିତ ଥିଲେ ।
ସେହିପରି ଗଂଜାମ ଜିଲ୍ଲାର ୬୩ ବର୍ଷିୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ହାଇପରଟେନସନ ରୋଗରେ ପୀଡିତ ଥିଲେ । ଗଂଜାମ ଜିଲ୍ଲାର କରୋନା ଆକ୍ରାନ୍ତ ୫୧ ବର୍ଷୀୟା ମହିଳାଙ୍କ ମୃତ୍ୟୁ ଘଟିଛି । ସେ ଡାଇବେଟିସ ଓ ଅନ୍ୟ ରୋଗରେ ପୀଡିତ ଥିଲେ ।
ଗଂଜାମ ଜିଲ୍ଲାର ୬୯ ବର୍ଷିୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେହିପରି ଗଂଜାମ ଜିଲ୍ଲାର ଅନ୍ୟ ଜଣେ ୫୭ ବର୍ଷିୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । । ସେ ଡାଇବେଟିସ ଓ ହାଇପର ଟେନସନ ରୋଗରେ ପୀଡିତ ଥିଲେ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।