ଗୌହାଟୀ – ପୂର୍ବୋତରରେ ସିକିମ ସହିତ ଆଠଟି ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ସୁସ୍ଥ ହେଉଥିବା ରୋଗୀଙ୍କ ସଂଖ୍ୟାରେ ମଧ୍ୟ ବୃଦ୍ଧି ଘଟିଛି । ଦ୍ରୁତ ଗତିରେ ନୂଆ କରୋନା ରୋଗୀ ମିଳୁଥିବା ଚିନ୍ତାର କାରଣ ହୋଇଛି । ପୂର୍ବୋତରରେ ସବୁଠାରୁ ଅଧିକ ମାମଲା ଆସାମରୁ ଆସୁଅଛି, ତ୍ରିପୁରା ଦ୍ୱିତୀୟ ସ୍ଥାନରେ ଥିବା ବେଳେ ମଣିପୁର ତୃତୀୟ ସ୍ଥାନରେ ରହିଛି ।
ପୂର୍ବୋତରରେ ଗତ ୨୪ ଘଂଟା ମଧ୍ୟରେ ୧୫୩୦ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ସେହିପରି ମୋଟ ସଂକ୍ରମିତଙ୍କ ସଂଖ୍ୟା ୪୧,୦୭୯ରେ ପହଂଚିଛି । ଏଥିମଧ୍ୟରୁ ୨୮,୭୭୪ ରୋଗୀ ସୁସ୍ଥ ହୋଇଛନ୍ତି । ଗତ ୨୪ ଘଂଟାରେ ମୋଟ ୧୪୫୪ ରୋଗୀ ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି ଏବଂ ୧୨,୭୭୫ ରୋଗୀଙ୍କ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ଜାରି ରହିଛି । ୯୬ ଜଣ ରୋଗୀଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ କରୋନା ରୋଗୀ ବାହାରକୁ ଚାଲିଯାଇଛନ୍ତି ।
ଆସାମରେ ନୂଆ ରୋଗୀଙ୍କ ସଂଖ୍ୟା ୧୧୬୫ ରେ ପହଂଚିଛି । ରାଜ୍ୟର ମୋଟ କରୋନା ରୋଗୀଙ୍କ ସଂଖ୍ୟା ୩୧,୦୮୭ ହୋଇଛି । ଏଥିରୁ ୨୩,୬୫୬ ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଗତ ୨୪ ଘଂଟାରେ ୧୨୯୪ ରୋଗୀ ସୁସ୍ଥ ହୋଇଛନ୍ତି ଏବଂ ୭୯୫୧ ରୋଗୀଙ୍କର ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ଚାଲିଛି । ୭୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ରୋଗୀ ରାଜ୍ୟ ବାହାରକୁ ଚାଲିଯାଇଛନ୍ତି ।
ତ୍ରିପୁରାରେ ୧୦୫ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ମୋଟ ରୋଗୀଙ୍କ ସଂଖ୍ୟା ୩୮୮୨ ରେ ପହଂଚିଛି । ୨୨୧୦ ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଗତ ୨୪ ଘଂଟାରେ ୭୯ ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ୧୬୪୩ ରୋଗୀଙ୍କ ଚିକିତ୍ସା ଜାରି ରହିଛି । ଏବେ ସୁଦ୍ଧା ୧୧ ଜଣଙ୍କର ମୃତ୍ୟୁ ଘଟିଛି । ମଣିପୁରରେ ୩୦ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥି ସହିତ ରାଜ୍ୟର ମୋଟ ରୋଗୀଙ୍କ ସଂଖ୍ୟା ୨୧୭୬ ରେ ପହଂଚିଛି । ସେଥିମଧ୍ୟରୁ ୧୫୨୦ ରୋଗୀ ସୁସ୍ଥ ହୋଇଛନ୍ତି । ଗତ ୨୪ ଘଂଟାରେ ୨୯ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ଏବଂ ୬୫୬ ଜଣଙ୍କର ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ଚାଲିଛି ।
ନାଗାଲାଣ୍ଡରେ ୫୦ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ମୋଟ ରୋଗୀଙ୍କ ସଂଖ୍ୟା ୧୨୮୯ ହୋଇଛି । ରାଜ୍ୟରେ ୫୪୧ ଜଣ ସୁସ୍ଥ ହୋଇଛନ୍ତି । ଗତ ୨୪ ଘଂଟାରେ ୪ ଜଣ ରୋଗୀ ସୁସ୍ଥ ହୋଇଛନ୍ତି ଏବଂ ୭୪୮ ଜଣ ରୋଗୀ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ହେଉଛନ୍ତି ।
ଅରୁଣାଚଳ ପ୍ରଦେଶରେ ୭୦ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ମୋଟ ରୋଗୀଙ୍କ ସଂଖ୍ୟା ୧୧୨୬ ହୋଇଛି । ୪୨୮ ଜଣ ସୁସ୍ଥ ହୋଇଛନ୍ତି । ଗତ ୨୪ ଘଂଟାରେ ୩୬ ଜଣ ରୋଗୀ ସୁସ୍ଥ ହୋଇଛନ୍ତି ଏବଂ ୬୯୫ ଜଣ ରୋଗୀଙ୍କ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ଜାରି ରହିଛି । ଏବେ ସୁଦ୍ଧା ୩ ଜଣଙ୍କର ମୃତ୍ୟୁ ହୋଇଛି ।
ମେଘାଳୟରେ ୫୯ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟର ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୪୬ ରେ ପହଂଚିଛି । ୯୪ ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଗତ ୨୪ ଘଂଟାରେ ୭ ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ୫୪୭ ଜଣଙ୍କର ଏବେ ସୁଦ୍ଧା ଚିକିତ୍ସା ଚାଲିଛି ଏବଂ ୫ ଜଣଙ୍କର ମୃତ୍ୟୁ ଘଟିଛି ।
ମିଜୋରମରେ ୨୯ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ରାଜ୍ୟର କରୋନା ସଂକ୍ରମିତଙ୍କ ସଂଖ୍ୟା ୩୬୧ ରେ ପହଂଚିଛି । ୧୮୩ ଜଣ ସୁସ୍ଥ ହୋଇଛନ୍ତି । ୧୭୮ ଜଣ ରୋଗୀଙ୍କର ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ଚାଲିଛି ।
ସିକ୍କିମରେ ୨୨ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୫୧୨ରେ ପହଂଚିଛି । ୧୪୨ ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଗତ ୨୪ ଘଂଟାରେ ୫ ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ୩୫୭ ଜଣଙ୍କର ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ଚାଲିଛି । ଜଣକର ମୃତ୍ୟୁ ହୋଇଛି ।