
ଭୁବନେଶ୍ୱର – ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୦ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୪୦ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଛଅ ଜଣ ଗଂଜାମ ଜିଲ୍ଲାର ହୋଇଥିବା ବେଳେ ଖୋର୍ଧା ଜିଲ୍ଲାର ଦୁଇ ଜଣ, ଗଜପତି ଓ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଜଣେ ଅଛନ୍ତି ।
ବିଭାଗ ପକ୍ଷରୁୂ ଦିଆ ଯାଇଥିବା ସୂଚନା ଅନୁସାରେ ଗଜପତି ଜିଲ୍ଲାର ୬୩ ବର୍ଷୀୟ କରୋନା ସଂକ୍ରମିତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ ଓ ହାଇପର ଟେନସନ ରୋଗରେ ପୀଡିତ ଥିଲେ । ସେହିପରି ଗଂଜାମ ଜିଲ୍ଲାର ଜଣେ ୬୩ ବର୍ଷୀୟ କରୋନା ସଂକ୍ରମିତ ପୁରୁଷ ମଧ୍ୟ ମୃତ୍ୟୁବରଣ କରିଥିବା ସୂଚନା ଦିଆଯାଇଛି ।
ଗଂଜାମ ଜିଲ୍ଲାର ଜଣେ କରୋନା ସଂକ୍ରମିତ ୫୫ ବର୍ଷୀୟ ପୁରୁଷ ପୁରୁଷ ମୃତ୍ୟୁବରଣ କରିଛନ୍ତି । ସେ ଡାଇବେଟିସ ଓ ହାଇପର ଟେନସନ ରୋଗରେ ପୀଡିତ ଥିଲେ । ସେହିପରି ଗଂଜାମ ଜିଲ୍ଲାର ହିଁ ଜଣେ ୬୦ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସୁନ୍ଦରଗଡ ଜିଲ୍ଲାର ୬୯ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ହାଇପର ଟେନସନରେ ପୀଡିତ ଥିଲେ । ଭୁବନେଶ୍ୱରର ଜଣେ ୫୮ ବର୍ଷୀୟା କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ଡାଇବେଟିସ, ହାଇପର ଟେନସନ ଓ ଅନ୍ୟ ରୋଗରେ ପୀଡିତ ଥିଲେ ।