ପୂର୍ବୋତରରେ ଗତ ୨୪ ଘଂଟା ମଧ୍ୟରେ ୧୭୧୯ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ସେହିପରି ମୋଟ ସଂକ୍ରମିତଙ୍କ ସଂଖ୍ୟା ୪୪୨୨୦ ପହଂଚିଛି । ଏଥିମଧ୍ୟରୁ ୩୧,୧୧୩ ରୋଗୀ ସୁସ୍ଥ ହୋଇଛନ୍ତି । ଗତ ୨୪ ଘଂଟାରେ ମୋଟ ୧୬୬୦ ରୋଗୀ ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି ଏବଂ ୧୩,୦୦୫ ରୋଗୀଙ୍କ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ଜାରି ରହିଛି । ୧୧୩ ଜଣ ରୋଗୀଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ କରୋନା ରୋଗୀ ବାହାରକୁ ଚାଲିଯାଇଛନ୍ତି ।
ଆସାମରେ ନୂଆ ରୋଗୀଙ୍କ ସଂଖ୍ୟା ୧୩୪୮ ରେ ପହଂଚିଛି । ରାଜ୍ୟର ମୋଟ କରୋନା ରୋଗୀଙ୍କ ସଂଖ୍ୟା ୩୩,୫୭୭ ହୋଇଛି । ଏଥିରୁ ୨୫,୪୦୩ ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଗତ ୨୪ ଘଂଟାରେ ୧୩୬୨ ରୋଗୀ ସୁସ୍ଥ ହୋଇଛନ୍ତି ଏବଂ ୮୦୮୫ ରୋଗୀଙ୍କର ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ଚାଲିଛି । ୮୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ରୋଗୀ ରାଜ୍ୟ ବାହାରକୁ ଚାଲିଯାଇଛନ୍ତି ।
ତ୍ରିପୁରାରେ ୧୪୭ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ମୋଟ ରୋଗୀଙ୍କ ସଂଖ୍ୟା ୪୦୬୬ ରେ ପହଂଚିଛି । ୨୪୫୫ ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଗତ ୨୪ ଘଂଟାରେ ୯୩ ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ୧୫୮୦ ରୋଗୀଙ୍କ ଚିକିତ୍ସା ଜାରି ରହିଛି । ଏବେ ସୁଦ୍ଧା ୧୩ ଜଣଙ୍କର ମୃତ୍ୟୁ ଘଟିଛି । ମଣିପୁରରେ ୫୧ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥି ସହିତ ରାଜ୍ୟର ମୋଟ ରୋଗୀଙ୍କ ସଂଖ୍ୟା ୨୨୮୬ ରେ ପହଂଚିଛି । ସେଥିମଧ୍ୟରୁ ୧୫୫୯ ରୋଗୀ ସୁସ୍ଥ ହୋଇଛନ୍ତି । ଗତ ୨୪ ଘଂଟାରେ ୩୯ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ଏବଂ ୭୭୨ ଜଣଙ୍କର ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ଚାଲିଛି ।
ନାଗାଲାଣ୍ଡରେ ୪୬ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ମୋଟ ରୋଗୀଙ୍କ ସଂଖ୍ୟା ୧୩୮୫ ହୋଇଛି । ରାଜ୍ୟରେ ୫୬୯ ଜଣ ସୁସ୍ଥ ହୋଇଛନ୍ତି । ଗତ ୨୪ ଘଂଟାରେ ୨୦ ଜଣ ରୋଗୀ ସୁସ୍ଥ ହୋଇଛନ୍ତି ଏବଂ ୮୧୧ ଜଣ ରୋଗୀ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ହେଉଛନ୍ତି । ୫ ଜଣ ରୋଗୀଙ୍କର ମୃତ୍ୟୁ ହୋଇଛି ।
ଅରୁଣାଚଳ ପ୍ରଦେଶରେ ୮୧ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ମୋଟ ରୋଗୀଙ୍କ ସଂଖ୍ୟା ୧୨୩୯ ହୋଇଛି । ୫୭୪ ଜଣ ସୁସ୍ଥ ହୋଇଛନ୍ତି । ଗତ ୨୪ ଘଂଟାରେ ୬୯ ଜଣ ରୋଗୀ ସୁସ୍ଥ ହୋଇଛନ୍ତି ଏବଂ ୬୬୨ ଜଣ ରୋଗୀଙ୍କ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ଜାରି ରହିଛି । ଏବେ ସୁଦ୍ଧା ୩ ଜଣଙ୍କର ମୃତ୍ୟୁ ହୋଇଛି ।
ମେଘାଳୟରେ ୩୬ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟର ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୩୮ ରେ ପହଂଚିଛି । ୧୮୬ ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଗତ ୨୪ ଘଂଟାରେ ୫୧ ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ୫୪୭ ଜଣଙ୍କର ଏବେ ସୁଦ୍ଧା ଚିକିତ୍ସା ଚାଲିଛି ଏବଂ ୫ ଜଣଙ୍କର ମୃତ୍ୟୁ ଘଟିଛି ।
ମିଜୋରମରେ ଗତ ୨୪ ଘଂଟାରେ କୌଣସି ନୂଆ ରୋଗୀ ଚିହ୍ନଟ ହୋଇନାହାନ୍ତି । ରାଜ୍ୟର କରୋନା ସଂକ୍ରମିତଙ୍କ ସଂଖ୍ୟା ୩୬୧ ରେ ସୀମିତ ଅଛି । ୧୯୩ ଜଣ ସୁସ୍ଥ ହୋଇଛନ୍ତି । ୧୬୮ ଜଣ ରୋଗୀଙ୍କର ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ଚାଲିଛି ।
ସିକ୍କିମରେ ୧୦ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୫୬୮ରେ ପହଂଚିଛି । ୧୭୪ ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଗତ ୨୪ ଘଂଟାରେ ୨୭ ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ୩୮୦ ଜଣଙ୍କର ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ଚାଲିଛି । ଜଣକର ମୃତ୍ୟୁ ହୋଇଛି ।