
କନ୍ଧମାଳ– କନ୍ଧମାଳ ଜିଲ୍ଲାରେ ଆଜି ଆଉ ୧୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୧୦ ଜଣ ପୁରୁଷ ଓ ୪ ଜଣ ମହିଳା ରହିଛନ୍ତି । ଏହି ଆକ୍ରାନ୍ତ ମାନଙ୍କ ମଧ୍ୟରୁ ଚକାପାଦ ବ୍ଲକ୍ ଘୁଡ଼ୁକାପଦର ଗ୍ରାମର ଦୁଇ ଜଣ, ଦାରିଙ୍ଗବାଡ଼ିର ଜଣେ କୋଭିଡ଼୍ ଯୋଦ୍ଧା, ଏବଂ ବାଲିଗୁଡ଼ା ଏନଏସି ଅଂଚରୁ ୧୧ ଜଣ ରହିଛନ୍ତି ।
ଏହାକୁ ମିଶାଇ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୫୨ କୁ ବୃଦ୍ଧି ପାଇଛି । ଅଦ୍ୟାବଧି ୨୪୫ ଜଣ ସୁସ୍ଥ ହେଲେଣି । ଜିଲ୍ଲାରେ କରୋନାଜନିତ ସକ୍ରିୟ ମାମଲା ୨୦୬ ରହିଛି । ଏବଂ ମୃତ୍ୟୁ ସଂଖ୍ୟା ୧ ରହିଥିବା ନେଇ କନ୍ଧମାଳ ଜିଲ୍ଲାପାଳ ଡଃ. ବୃନ୍ଦା ଡି ଟ୍ୱିଟ୍ ମାଧ୍ୟମରେ ସୂଚନା ଦେଇଛନ୍ତି ।
ତେବେ କୌଣସି ପ୍ରକାରେ ଏଥିରେ ଭୟଭିତ ନହେବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି । ନିରାପଦରେ ଘରେ ରହିବା ଏବଂ କୌଣସି ଜରୁରୀ କାମରେ ବାହାରକୁ ବାହାରିବା ବେଳେ ମୁହଁରେ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତ୍ୱ ବଜାୟ ରଖିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି । ସେହିପରି ନିୟମିତ ବ୍ୟବଧାନରେ ହାତ ଧୋଇବାକୁ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି ।