ମାଲକାନଗିରି– ମାଲକାନଗିରି ଜିଲ୍ଲାରେ ଆଜି ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୪୫ କୁ ବୃଦ୍ଧି ପାଇଛି ।
ନୂଆ ଚିହ୍ନଟ ଆକ୍ରାନ୍ତ ଜଣକ ମାଥିଲି ସଦର ବ୍ଲକ୍ ଅଂଚଳର । ତେବେ ଏହି ଆକ୍ରାନ୍ତଙ୍କ ସମ୍ପର୍କରେ ଅଧିକ ତଥ୍ୟ ମିଳିପାରିନାହିଁ । ପୂର୍ବରୁ ମାଥିଲି ଗ୍ରାମରୁ ୩୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମାଥିଲି ବ୍ଲକରୁ ଚିହ୍ନଟ ଆକ୍ରାନ୍ତଙ୍କ ସଂଖ୍ୟା ୩୫ କୁ ବୃଦ୍ଧି ପାଇଛି । ଅଦ୍ୟାବଧି ୩୨୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୨୪ ଟି ସକ୍ରିୟ ମାମଲା ରହିଛି । ଅର୍ଥାତ୍ ୧୨୪ ଜଣ କୋଭିଡ଼୍ ହସ୍ପିଟାଲରେ ଚିକିତ୍ସାଧିନ ରହିଛନ୍ତି ।
ସେହିପରି ଆଜି ଜିଲ୍ଲାରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକ ଜଣକ ୬୨ ବର୍ଷିୟ ମହିଳା । ସେ ପୂର୍ବରୁ ଅନ୍ୟାନ୍ୟ ଗୁରୁତର ରୋଗରେ ପୀଡ଼ିତ ଥିଲେ । ଏହାକୁ ମିଶାଇ ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ କୁ ବୃଦ୍ଧି ପାଇଛି ।