ବ୍ରହ୍ମପୁର: ଦଶମ ଶ୍ରେଶୀ ବୋର୍ଡ ପରୀକ୍ଷାରେ ନୀଳକଣ୍ଠ ନଗର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରଛାତ୍ରୀମାନେ ରାଜ୍ୟସ୍ତରୀୟ ଅଭୁତପୂର୍ବ ସଫଳତା ହାସଲ କରିଛନ୍ତି । ଗତ ୨୮ବର୍ଷଧରି ଶତ ପ୍ରତିଶତ ସଫଳତା ହାସଲ କରି ଆସୁଥିବା ଏହି ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଚଳିତ ବର୍ଷ ମୋଟ ୩୪୫ଜଣ ପରୀକ୍ଷା ଦେଇଥିବା ବେଳେ ସମସ୍ତେ ଉତ୍ତୀର୍ଣ୍ଣ ହୋଇଛନ୍ତି । ସେଥିମଧ୍ୟରୁ ୩୦୭ଜଣ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇ ରାଜ୍ୟସ୍ତରୀୟ ଏକ ରେକର୍ଡ ସୃଷ୍ଟି କରିଛନ୍ତି । ଏ୧ରେ ୫୬, ଏ୨ରେ ୧୧୩, ବି୧ରେ ୯୫, ବି୨ରେ ୪୩ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି । ବିଦ୍ୟାଳୟର ରୁଦ୍ର ପ୍ରସାଦ ରଥ ୫୭୭ ମାର୍କ ରଖି ପ୍ରଥମ ସ୍ଥାନରେ ରହିଥିବା ବେଳେ ସତ୍ୟଜିତ୍ ଦଳାଇ ୫୭୫ରଖି ଦ୍ୱିତୀୟ ଓ ଆଶୁତୋଷ ପାଢ଼ୀ ୫୭୧ ମାର୍କ ରଖି ତୃତୀୟ ସ୍ଥାନରେ ରହିଛନ୍ତି । ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଏହି କୃତିତ୍ୱ ହାସଲ କରିଥିବାରୁ ଅନୁଷ୍ଠାନର ପରିଚାଳନା ସମିତିର ସଭାପତି ଡ. ଶ୍ରୀକାନ୍ତ ମହାପାତ୍ର, ଉପସଭାପତି ହରିକୃଷ୍ଣ ନାୟକ, ସମ୍ପାଦକ ନାରାୟଣ ପଣ୍ଡା, ଯୁଗ୍ମ ସମ୍ପାଦିକା ଇଂ.ମମତା ପାଣିଗ୍ରାହୀ, କୋଷାଧ୍ୟକ୍ଷ ରବିନ୍ଦ୍ରନାଥ ଜେନା, ସଦସ୍ୟ ନିଳକଣ୍ଠ ସାହୁ, ସଦସ୍ୟା ବାସନ୍ତି ବେହେରା, ଉପଦେଷ୍ଟା ଧର୍ମରାଜ ସାହୁ, ପୂର୍ଣ୍ଣଚନ୍ଦ୍ର ପଣ୍ଡା, ନରସିଂହ ଚୌଧୁରୀ, ହରିକୃଷ୍ଣ ପାଢ଼ୀ, ସୁଦର୍ଶନ ପାଢ଼ୀ, ଗଜପତି ରାଓ, ବିଦ୍ୟା ମନ୍ଦିର ପ୍ରଧାନ ଆଚାର୍ଯ୍ୟ ଏସ୍.ମୋହନ ରାଓ, ଶିଶୁ ମନ୍ଦିର ପ୍ରଧାନ ଆଚାର୍ଯ୍ୟ ଉମାଧବ ମହାନ୍ତି, ସମସ୍ତ ଆଚାର୍ଯ୍ୟ ଆଚାର୍ଯ୍ୟା ତଥା ସମସ୍ତ ଅଭିଭାବକଙ୍କ ତରଫରୁ ଶୁଭେଚ୍ଛା ଜ୍ଞାପନ କରାଯାଇଛି ।
Related Stories
November 27, 2024