
ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୦ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୬୯ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଚାରି ଜଣ ଗଂଜାମ ଜିଲ୍ଲାର ହୋଇଥିବା ବେଳେ ଖୋର୍ଧା ଜିଲ୍ଲାର ଦୁଇ ଜଣ, ସୁନ୍ଦରଗଡ, ସମ୍ବଲପୁର, ରାୟଗଡା ଓ ନୟାଗଡର ଜଣେ ଅଛନ୍ତି । ମୃତକଙ୍କ ମଧ୍ୟରେ ଦୁଇ ଜଣ ମହିଳା ଥିବା ଜଣା ପଡିଛି ।
ବିଭାଗ ପକ୍ଷରୁୂ ଦିଆ ଯାଇଥିବା ସୂଚନା ଅନୁସାରେ ସମ୍ବଲପୁର ଜିଲ୍ଲାର ୬୭ ବର୍ଷୀୟ କରୋନା ସଂକ୍ରମିତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ସେ ହାଇପର ଟେନସନ ରୋଗରେ ପୀଡିତ ଥିଲୋ ସେହିପରି ଭୁବନେଶ୍ୱରର ଜଣେ ୬୦ ବର୍ଷୀୟା ମହିଳା କରୋନା ସଂକ୍ରମିତ ମୃତ୍ୟୁବରଣ କରିଥିବା ସୂଚନା ଦିଆଯାଇଛି । ସେ ମଧୁମେହ ରୋଗରେ ପୀଡିତ ଥିଲେ ।
ସେହିପରି ଗଂଜାମ ଜିଲ୍ଲାର ୪୩ ବର୍ଷୀୟ ପୁରୁଷ ଓ ୪୭ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ନୟାଗଡ ଜିଲ୍ଲାର ଜଣେ ୬୫ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ କ୍ରନିକ କିଡନି ଡିଜିଡରେ ପୀଡିତ ଥିଲେ ।
ଗଂଜାମ ଜିଲ୍ଲାର ଜଣେ ୩୩ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ଗଂଜାମ ଜିଲ୍ଲାର ଜଣେ ୬୫ ବର୍ଷୀୟା କରୋନା ସଂକ୍ରମିତ ମହିଳାଙ୍କ ମଧ୍ୟ ମୃତ୍ୟୁ ଘଟିଛି । ସେ ଡାଇବେଟିସ ଓ ହାଇପର ଟେନସନରେ ପୀଡିତ ଥିଲେ । ସୁନ୍ଦରଗଡର ଜଣେ ୭୧ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ଡାଇବେଟିସରେ ପୀଡିତ ଥିଲୋ ।
ଭୁୁବନେଶ୍ୱରର ଜଣେ ୬୦ ବର୍ଷୀୟ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ସେ ଡାଇବେଟିସ ଓ କ୍ରନିକ କିଡନି ଡିଜିଜରେ ପୀଡିତ ଥିଲେ । ରାୟଗଡା ଜିଲ୍ଲାର ୫୦ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।