
ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୮ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୭୭ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଚାରି ଜଣ ଗଂଜାମ ଜିଲ୍ଲାର ହୋଇଥିବା ବେଳେ ଖୋର୍ଧା, ନୟାଗଡ, ଗଜପତି ଓ ସୁନ୍ଦରଗଡର ଜଣେ ଜଣେ ଅଛନ୍ତି । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଗଂଜାମ ଜିଲ୍ଲାର ୮୧ ବର୍ଷ ବୟସ୍କ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ଡାଇବେଟିସରେ ପୀଡିତ ଥିଲେ ।
ସେହିପରି ଖୋର୍ଧା ଜିଲ୍ଲାର ଜଣେ ୭୯ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ହାଇପର ଟେନସନ ଓ ଅନ୍ୟ ରୋଗରେ ପୀଡିତ ଥିଲେ । ଗଂଜାମ ଜିଲ୍ଲାର ଜଣେ ୪୯ ବର୍ଷ ବୟସ୍କ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ସୂଚନା ଦିଆ ଯାଇଛି ।
ନୟାଗଡ ଜିଲ୍ଲାର ଜଣେ ୮୨ ବର୍ଷୀୟ ମହିଳାଙ୍କର କରୋନରେ ମୃତ୍ୟୁ ଘଟିଛି । ସେ ଡାଇବେଟିସ, ହାଇପର ଟେନସନ ଓ ଅନ୍ୟ ରୋଗରେ ପୀଡିତ ଥିଲେ । ଗଜପତି ଜିଲ୍ଲାର ୫୮ ବର୍ଷୀୟା କରୋନା ଆକ୍ରାନ୍ତ ମହିଳାଙ୍କର ମୃତ୍ୟୁ ଘଟିଛି । ସୁନ୍ଦରଗଡର ୫୨ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ଡାଇବେଟିସରେ ପୀଡିତ ଥିଲେ ।
ଗଂଜାମ ଜିଲ୍ଲାର ଜଣେ ୪୫ ବର୍ଷୀୟ ପୁରୁଷ ଓ ୭୩ ବର୍ଷୀୟା ପୁରୁଷଙ୍କ ମଧ୍ୟ ମୃତ୍ୟୁ ଘଟିଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।