ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି୧୦ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୯୭ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଗଂଜାମ ଜିଲ୍ଲାର ଚାରି ଜଣ ହୋଇଥିବା ବେଳେ ଖୋର୍ଧା ଜିଲ୍ଲାରୁ ୩ ଜଣ ତଥା ସୁନ୍ଦରଗଡ, କଳାହାଣ୍ଡି ଓ ଯାଜପୁର ଜିଲ୍ଲାରୁ ଜଣେ ଜଣେ ଅଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାର ୭୩ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ହାଇପର ଟେନସନ ଓ ହୃଦୟରୋଗରେ ପୀଡିତ ଥିଲେ । ଖୋର୍ଧା ଜିଲ୍ଲାର ଜଣେ ୫୮ ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ହାଇପର ଟେନସନରେ ପୀଡିତ ଥିଲେ । ଗଂଜାମ ଜିଲ୍ଲାର ଜଣେ ୫୭ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।ସେହିପରି ଭାବେ ଭୁବନେଶ୍ୱରର ଜଣେ ୭୮ ବର୍ଷୀୟା କରୋନା ଆକ୍ରାନ୍ତ ମହିଳାଙ୍କ ମୃତ୍ୟୁ ଘଟିଛି । ସେ ହାଇପର ଟେନସନ ଓ ଅନ୍ୟ ରୋଗରେ ପୀଡିତ ଥିଲେ ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଯାଜପୁର ଜିଲ୍ଲାରେ ଜଣେ ୮୦ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ହାଇପର ଟେନସନ ରୋଗରେ ପୀଡିତ ଥିଲେ । ଗଂଜାମ ଜିଲ୍ଲାରେ ଜଣେ ୯୪ ବର୍ଷ ବୟସ୍କ ମହିଳାଙ୍କ ମୃତ୍ୟୁ ଘଟିଛି । ଗଂଜାମ ଜିଲ୍ଲାରେ ହିଁ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତ୍ୟୁ ବରଣ କରିଛନ୍ତି ।
ଖୋର୍ଧା ଜିଲ୍ଲାରେ ଜଣେ ୬୦ ବର୍ଷ ବୟସ୍କା କରୋନା ଆକ୍ରାନ୍ତ ମହିଳାଙ୍କ ମୃତ୍ୟୁ ଘଟିଛି । ସେ ଡାଇବେଟିସ, ହାଇପର ଟେନସନ ଓ କ୍ରନିକ କିଡନି ରୋଗରେ ପୀଡିତ ଥିଲେ । ଗଂଜାମ ଜିଲ୍ଲାରେ ଜଣେ ୫୭ ବର୍ଷ ବୟସ୍କ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ହାଇପର ଟେନସନ ରୋଗରେ ପୀଡିତ ଥିଲେ ।
କଳାହାଣ୍ଡିରେ ୬୨ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।