ଗଞ୍ଜାମ– ଗଞ୍ଜାମ ଜିଲ୍ଲାରେ ଆଜି ରାଜ୍ୟର ସର୍ବାଧିକ ୩୩୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲରେ ଭର୍ଭି କରାଯାଇଛି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧୩୨୩ କୁ ବୃଦ୍ଧି ପାଇଛି । ଗତକାଲି ସୁଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଥିଲା ୧୦୯୯୨ ।
ସେହିପରି ଆଜି ଜିଲ୍ଲାରେ ଆଉ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି । ମୃତକ ମାନଙ୍କ ମଧ୍ୟରେ ୨ ଜଣ ପୁରୁଷ ଓ ଜଣେ ମହିଳା ରହିଛନ୍ତି । ମୃତ ଦୁଇ ପୁରୁଷଙ୍କ ମଧ୍ୟରୁ ଜଣକର ବୟସ ୪୮ ବର୍ଷ ଓ ଅନ୍ୟ ଜଣକର ବୟସ ୫୪ ବର୍ଷ ହୋଇଥିବା ବେଳେ ମୃତ ମହିଳାଙ୍କ ବୟସ ମଧ୍ୟ ୫୪ ବର୍ଷ ବୋଲି ସୂଚନା ମିଳିଛି । ଏମାନେ ପୂର୍ବରୁ ମଧୁମେହ, ଉଚ୍ଚ ରକ୍ତଚାପ ଓ ଅନ୍ୟାନ୍ୟ ରୋଗରେ ପୀଡ଼ିତ ଥିବା ଜଣାପଡିଛି । ଏହାକୁ ମିଶାଇ ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୬ରେ ପହଂଚିଛି ।