ଭୁବନେଶ୍ୱର – ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୦ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୦୭କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଗଂଜାମ ଓ ରାୟଗଡା ଜିଲ୍ଲାରୁ ତିନି ଜଣ ଲେଖାଏ ହୋଇଥିବା ବେଳେ ଗଜପତି ଜିଲ୍ଲାରୁ୨ଜଣ ତଥା ଖୋର୍ଧା ଓ କଳାହାଣ୍ଡି ଜିଲ୍ଲାରୁ ଜଣେ ଜଣେ ଅଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଗଂଜାମ ଜିଲ୍ଲାର ୪୮ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ରୋଗରେ ପୀଡିତ ଥିଲେ । ସେହିପରି କଳାହାଣ୍ଡି ଜିଲ୍ଲାର ଜଣେ ୬୬ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ହାଇପର ଟେନସନରେ ପୀଡିତ ଥିଲେ ।
ଗଜପତି ଜିଲ୍ଲାର ଜଣେ ୩୪ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।ସେହିପରି ଭାବେ ରାୟଗଡାର ଜଣେ ୭୯ ବର୍ଷୀୟା କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । ଗଂଜାମ ଜିଲ୍ଲାର ଜଣେ ୫୪ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ରାୟଗଡା ଜିଲ୍ଲାରେ ଜଣେ ୬୪ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ହାଇପର ଟେନସନ ରୋଗରେ ପୀଡିତ ଥିଲେ । ରାୟଗଡା ଜିଲ୍ଲାର ଅନ୍ୟ ଜଣେ ୬୧ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେହିପରି ଗଂଜାମ ଜିଲ୍ଲାର ଜଣେ ୫୪ ବର୍ଷ ବୟସ୍କା କରୋନା ଆକ୍ରାନ୍ତ ମହିଳାଙ୍କ ମୃତ୍ୟୁ ବରଣ କରିଛନ୍ତି ।
ଗଜପତି ଜିଲ୍ଲାର ଜଣେ ୪୮ ବର୍ଷ ବୟସ୍କ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ହେପାଟାଇଟିସ ବି ଓ ଡାଇବେଟିସ ରୋଗରେ ପୀଡିତ ଥିଲେ । ଖୋର୍ଧା ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ହାଇପର ଟେନସନ ଓ ଅନ୍ୟ ରୋଗରେ ପୀଡିତ ଥିଲେ ।
Related Stories
November 23, 2024