ଭୁବନେଶ୍ୱର – ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୯ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୧୬ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଛଅ ଜଣ ଗଂଜାମ ଜିଲ୍ଲାର ହୋଇଥିବା ବେଳେ ପୁରୀ, ଯାଜପୁର ଓ ଖୋର୍ଧା ଜିଲ୍ଲାରୁ ଜଣେ ଜଣେ ଅଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଗଂଜାମ ଜିଲ୍ଲାର ୪୦ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ରୋଗରେ ପୀଡିତ ଥିଲେ । ସେହିପରି ପୁରୀ ଜିଲ୍ଲାର ଜଣେ ୫୭ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ସେଲେବ୍ରୋ ଭାସ୍କୁଲାର ଆକ୍ସିଡେଂଟରେ ପୀଡିତ ଥିଲେ ।
ଗଂଜାମ ଜିଲ୍ଲାର ଜଣେ ୫୦ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।ସେହିପରି ଭାବେ ଯାଜପୁର ଜିଲ୍ଲାର ଜଣେ ୪୦ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । ଗଂଜାମ ଜିଲ୍ଲାର ଜଣେ ୫୬ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ରୋଗରେ ପୀଡିତ ଥିଲେ ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଗଂଜାମ ଜିଲ୍ଲାର ଜଣେ ୬୦ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ହାଇପର ଟେନସନ ରୋଗରେ ପୀଡିତ ଥିଲେ ।
ଗଂଜାମ ଜିଲ୍ଲାର ଅନ୍ୟ ଜଣେ ୭୫ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧ୍ୟ ମଧୁମେହ ଓ ହାଇପର ଟେନସନରେ ପୀଡିତ ଥିଲେ । ଖୋର୍ଧା ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କା କରୋନା ଆକ୍ରାନ୍ତ ମହିଳାଙ୍କ ମୃତ୍ୟୁ ବରଣ କରିଛନ୍ତି । ଗଂଜାମ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ କ୍ରୋନିକ କିଡନୀ ରୋଗ, ମଧୁମେହ ଓ ହାଇପର ଟେନସନରେ ପୀଡିତ ଥିଲେ ।