
ଭୁବନେଶ୍ୱର – ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୯ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୨୫ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ପାଂଚ ଜଣ ଗଂଜାମ ଜିଲ୍ଲାର ହୋଇଥିବା ବେଳେ ଗଜପତି, ସୁନ୍ଦରଗଡ, କେନ୍ଦୁଝର ଓ ଖୋର୍ଧା ଜିଲ୍ଲାରୁ ଜଣେ ଜଣେ ଅଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଗଂଜାମ ଜିଲ୍ଲାର ୪୨ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ କିଡନୀ ରୋଗରେ ପୀଡିତ ଥିଲେ ।
ସେହିପରି ସୁନ୍ଦରଗଡ ଜିଲ୍ଲାର ଜଣେ ୫୫ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ଡାଇବେଟିସରେ ପୀଡିତ ଥିଲେ ।ଗଂଜାମ ଜିଲ୍ଲାର ଜଣେ ୫୨ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।ସେହିପରି ଭାବେ ଗଂଜାମ ଜିଲ୍ଲାର ଜଣେ ୫୯ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । ଗଜପତି ଜିଲ୍ଲାର ଜଣେ ୨୭ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଗଂଜାମ ଜିଲ୍ଲାର ଜଣେ ୫୩ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ହାଇପର ଟେନସନ ରୋଗରେ ପୀଡିତ ଥିଲେ ।
କେନ୍ଦୁଝର ଜିଲ୍ଲାର ଅନ୍ୟ ଜଣେ ୨୧ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ (ଟାଇପ-୧)ରେ ପୀଡିତ ଥିଲେ । ଖୋର୍ଧା ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କା କରୋନା ଆକ୍ରାନ୍ତ ମହିଳାଙ୍କ ମୃତ୍ୟୁ ବରଣ କରିଛନ୍ତି ।
ଗଂଜାମ ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ କ୍ରୋନିକ କିଡନୀ ରୋଗ, ଓ ଅନିୟନ୍ତ୍ରିତ ମଧୁମେହରେ ପୀଡିତ ଥିଲେ ।