
ଭୁବନେଶ୍ୱର – ଭୁବନେଶ୍ୱର ସହରରୁ ଗୁରୁବାର ୧୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମେସାନଙ୍କ ମଧ୍ୟରୁ ୭୧ ଜଣ କ୍ୱାରେଂଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୪୭ ଜଣ ସ୍ଥାନୀୟ ଅକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୯୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଭୁବନେଶ୍ୱରରୁ ମୋଟ ୩୪୭୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୧୫୧ ଜଣ ସୁସ୍ଥ ହୋଇଥିବା ବେଳେ ୧୮ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତମାନ ଆଉ ୧୩୦୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି । ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଏହି ସୂଚନା ଦିଆଯାଇଛି ।