ଭୁବନେଶ୍ୱର – ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୦ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୩୫ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ତିନି ଜଣ ଗଂଜାମ ଜିଲ୍ଲାର ହୋଇଥିବା ବେଳେ ୨ ଜଣ ସୁନ୍ଦରଗଡ ଜିଲ୍ଲାର ତଥା ନୟାଗଡ,ଭଦ୍ରକ, କନ୍ଧମାଳ, ନବରଙ୍ଗପୁର, କେନ୍ଦୁଝର ଜିଲ୍ଲାରୁ ଜଣେ ଜଣେ ଅଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଗଂଜାମ ଜିଲ୍ଲାର ୫୨ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲେ ।
ସେହିପରି ନବରଙ୍ଗପୁର ଜିଲ୍ଲାର ଜଣେ ୪୦ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସୁନ୍ଦରଗଡ ଜିଲ୍ଲାର ଜଣେ ୨୮ ବର୍ଷୀୟା ମହିଳା କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେହିପରି ଭାବେ ଗଂଜାମ ଜିଲ୍ଲାର ଜଣେ ୪୦ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । ନୟାଗଡ ଜିଲ୍ଲାର ଜଣେ ୩୯ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାର ଜଣେ ୫୪ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ଅନିୟନ୍ତ୍ରିତ ମଧୁମେହ ରୋଗରେ ପୀଡିତ ଥିଲେ । ଗଂଜାମ ଜିଲ୍ଲାର ଅନ୍ୟ ଜଣେ ୫୫ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।
ଭଦ୍ରକ ଜିଲ୍ଲାର ଜଣେ ୫୩ ବର୍ଷ ବୟସ୍କା କରୋନା ଆକ୍ରାନ୍ତ ମହିଳା ମୃତ୍ୟୁ ବରଣ କରିଛନ୍ତି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । କନ୍ଧମାଳ ଜିଲ୍ଲାର ଜଣେ ୬୧ ବର୍ଷ ବୟସ୍କ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । କେନ୍ଦୁଝର ଜିଲ୍ଲାର ଜଣେ ୫୨ ବର୍ଷ ବୟସ୍କ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ, ଉଚ୍ଚ ରକ୍ତଚାପ ଓ କ୍ରନିକ କିଡନି ରୋଗରେ ପୀଡିତ ଥିଲେ ।