-
ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୭୮୮ କୁ ବୃଦ୍ଧି
-
କରୋନାଜନିତ ସକ୍ରିୟ ମାମଲା ୩୪୩, ୪୪୨ ସୁସ୍ଥ ହେଲେଣି
କନ୍ଧମାଳ – କନ୍ଧମାଳ ଜିଲ୍ଲାରେ ଆଜି ଆଉ ୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୯ ଜଣ ପୁରୁଷ ଓ ୭ ଜଣ ମହିଳା ରହିଛନ୍ତି । ଏହି ଆକ୍ରାନ୍ତ ମାନଙ୍କ ମଧ୍ୟରୁ ଫୁଲବାଣୀ ପୌରାଚଂଳରୁ ୨ ଜଣ, କୋଟଗଡ଼ ବ୍ଲକରୁ ଜଣେ, ଦାରିଙ୍ଗବାଡ଼ି ବ୍ଲକରୁ ଜଣେ, କେ. ନୂଆଗାଁ ବ୍ଲକରୁ ଜଣେ, ତୁମୁଡ଼ିବନ୍ଧ ବ୍ଲକରୁ ୭ ଜଣ ଏବଂ ବାଲିଗୁଡ଼ା ବ୍ଲକରୁ ୪ ଜଣ ଆକ୍ରାନ୍ତ ରହିଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୭୮୮ କୁ ବୃଦ୍ଧି ପାଇଛି । ଅଦ୍ୟାବଧି ୪୪୨ ଆକ୍ରାନ୍ତ ସୁସ୍ଥ ହୋଇ କୋଭିଡ଼୍ ହସ୍ପିଟାଲରୁ ଘରକୁ ଫେରିଛନ୍ତି । ଜିଲ୍ଲାରେ କରୋନାଜନିତ ସକ୍ରିୟ ମାମଲା ୩୪୩ ରହିଥିବା ଏବଂ ଆଜି ସୁଦ୍ଧା ୩ ଜଣଙ୍କର ମୃତ୍ୟୁ ଘଟିଥିବା ନେଇ କନ୍ଧମାଳ ଜିଲ୍ଲାପାଳ ଡଃ. ବୃନ୍ଦା ଡି ଟ୍ୱିଟ୍ ମାଧ୍ୟମରେ ସୂଚନା ଦେଇଛନ୍ତି ।
ତେବେ କୌଣସି ପ୍ରକାରେ ଏଥିରେ ଭୟଭିତ ନହେବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି । ନିରାପଦରେ ଘରେ ରହିବା ଏବଂ କୌଣସି ଜରୁରୀ କାମରେ ବାହାରକୁ ବାହାରିବା ବେଳେ ମୁହଁରେ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତ୍ୱ ବଜାୟ ରଖିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି । ସେହିପରି ନିୟମିତ ବ୍ୟବଧାନରେ ହାତ ଧୋଇବାକୁ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି ।