ଭୁବନେଶ୍ୱର – ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୨ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୪୭ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ତିନି ତିନି ଜଣ ଗଂଜାମ ଓ ସୁନ୍ଦରଗଡ ଜିଲ୍ଲାର ହୋଇଥିବା ବେଳେ ଭଦ୍ରକ, ସମ୍ବଲପୁର, ମୟୁରଭଂଜ କେନ୍ଦ୍ରାପଡା, ଢେଙ୍କାନାଳ ଓ ଗଜପତି ଜିଲ୍ଲାର ଜଣେ ଜଣେ ଅଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ମୟୁକଭଂଜ ଜିଲ୍ଲାର ୫୫ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲେ ।
ସେହିପରି କେନ୍ଦ୍ରାପଡା ଜିଲ୍ଲାର ଜଣେ ୩୬ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ କ୍ରୋନିକ କିଡନୀ ରୋଗରେ ପୀଡିତ ଥିଲେ । ସମ୍ବଲପୁର ଜିଲ୍ଲାର ଜଣେ ୭୮ ବର୍ଷୀୟା ମହିଳା କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସେହିପରି ଭାବେ ଭଦ୍ରକ ଜିଲ୍ଲାର ଜଣେ ୫୫ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି ।ସେ ମଧୁମେହ ରୋଗରେ ପୀାଡିତ ଥିଲେ । ଢେଙ୍କାନାଳ ଜିଲ୍ଲାର ଜଣେ ୬୧ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାର ଜଣେ ୭୭ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।
ସୁନ୍ଦରଗଡ ଜିଲ୍ଲାର ହିଁ ଅନ୍ୟ ଜଣେ ୭୭ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ଓ କ୍ରନିକ କିଡନି ରୋଗରେ ପୀଡିତ ଥିଲେ । ସୁନ୍ଦରଗଡ ଜିଲ୍ଲାର ଜଣେ ୬୬ ବର୍ଷୀୟ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଅନ୍ୟ ରୋଗରେ ପୀଡିତ ଥିଲେ ।
ଗଂଜାମ ଜିଲ୍ଲାର ଜଣେ ୫୩ ବର୍ଷ ବୟସ୍କ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ବରଣ କରିଛନ୍ତି । ଗଂଜାମ ଜିଲ୍ଲାର ହିଁ ଅନ୍ୟ ଜଣେ ୫୦ ବର୍ଷ ବୟସ୍କ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ରେ ପୀଡିତ ଥିଲେ । ଗଜପତି ଜିଲ୍ଲାର ଜଣେ ୩୪ ବର୍ଷ ବୟସ୍କ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ କ୍ରନିକ କିଡନି ରୋଗରେ ପୀଡିତ ଥିଲେ ।