ନୂଆଦିଲ୍ଲୀ– ଦେଶରେ ଗତ ୨୪ଘଂଟା ମଧ୍ୟରେ ୬୧୫୩୭ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଗତ ୨୪ ଘଂଟା ମଧ୍ୟରେ ୯୩୩ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହିତ ଦେଶରେ କୋରୋନା ସଂଖ୍ୟା ୨୦୮୮୬୧୨ ରେ ପହଂଚିଛି ।
ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଦେଶରେ ବର୍ତମାନ ୬୧୯୦୮୮ ସକ୍ରିୟ ରୋଗୀ ଅଛନ୍ତି । ଦେଶରେ ମୋଟ ୧୪୨୭୦୦୬ ରୋଗୀ ସୁସ୍ଥ ହୋଇ ସାରିଥିବା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି । ବର୍ତମାନ ସୁଦ୍ଧା ୪୨୫୧୮ ଜଣ ମୃତ୍ୟୁ ବରଣ କରିଛନ୍ତି ।