ଭୁୁବନେଶ୍ୱର – ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆଗାମୀ ୧୩ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିପାରେ । ଏହି ପରିପ୍ରେକ୍ଷୀରେ ଆସନ୍ତା ୪୮ ଘଂଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।
ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ମୟୂରଭଞ୍ଜ, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ବୌଦ୍ଧ, କନ୍ଧମାଳ, କୋରାପୁଟ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଏହି ସମୟ ମଧ୍ୟରେ କାଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା, ଗଞ୍ଜାମ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାମାନଙ୍କରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ସମସ୍ତ ଜିଲ୍ଲାଗୁଡ଼ିକକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।